ମେଡିକାଲ କଲେଜରେ ପରିଣତ ପାଇଁ ଦାବି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍‌) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ହେଲେ ଆଇଜିଏଚ୍‌କୁ ମେଡିକାଲ କଲେଜରେ ପରିଣତ ନ କରି କେବଳ ଏକ ୨୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରାଯାଇଛି। ଦୁଃଖର କଥା ଘୋଷଣା କରିବାର ୬ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆଇଜିଏଚ୍‌କୁ ଏକ ମେଡିକାଲ୍‌ କଲେଜରେ ପରିଣତ କରାଯାଇପାରିଲାନି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏମିତି ଚିଠି ଲେଖି ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଏଥିରେ ହସ୍ତକ୍ଷେପ କରିବା ସହ ସୁନ୍ଦରଗଡ଼ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ କରିବା ପାଇଁ ଆଇଜିଏଚ୍‌କୁ ମେଡିକାଲ୍‌ କଲେଜରେ ପରିଣତ କରିବାକୁ ଇସ୍ପାତ କାରଖାନା କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ମନ୍ତ୍ରୀ ମଲ୍ଲିକ କହିଛନ୍ତି।
ମନ୍ତ୍ରୀ ମଲିକ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଆଇଜିଏଚ୍‌ ହସ୍ପିଟାଲ ଏହି ଅଞ୍ଚଳର ଲୋକଙ୍କ ପାଇଁ ଏକ ଉଚ୍ଚମାନର ଚିକିତ୍ସା ସୁବିଧା ଆଣିପାରିଛି। ଏହାକୁ ୨୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରିବା ପରିପ୍ରେକ୍ଷୀରେ ଏହାର ଉଦ୍‌ଘାଟନୀ ଉତ୍ସବର ନିମନ୍ତ୍ରଣ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଆପଣଙ୍କ ମାଧ୍ୟମରେ ହସ୍ତଗତ ହୋଇଛି। ଏହି ନିମନ୍ତ୍ରଣ ପାଇଁ ରାଜ୍ୟ ସରକାର ଆପଣଙ୍କୁ ଧନ୍ୟବାଦ ଜ୍ଞାପନ କରୁଛନ୍ତି। ୨୦୧୫ ଏପ୍ରିଲ୍‌ ୨ ତାରିଖରେ ଆଇଜିଏଚ୍‌କୁ ମେଡିକାଲ କଲେଜ ଓ ସୁପର ସ୍ପେଶାଲିଟି ହସ୍ପିଟାଲ୍‌ କରିବା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ତତ୍କାଳୀନ ଇସ୍ପାତ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଅତିଶୀଘ୍ର ମେଡିକାଲ୍‌ କଲେଜ ଉପରେ କାମ ଆରମ୍ଭ କରାଯିବ ବୋଲି ଆଶ୍ୱାସନା ଦେଇଥିଲେ। ଆମେ ସମସ୍ତେ ବିଚଳିତ ଯେ, ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତିକୁ ରାଉରକେଲା ଇସ୍ପାତ କାରଖାନା କର୍ତ୍ତୃପକ୍ଷ ଅବମାନନା କରିଛନ୍ତି। ଆଇଜିଏଚ୍‌ ମେଡ଼ିକାଲ୍‌ କଲେଜରେ ଉନ୍ନୀତ ହୋଇଥିଲେ ଆଖପାଖ ଅଞ୍ଚଳର ଲୋକେ ବିଶେଷ ଉପକୃତ ହୋଇଥାନ୍ତେ। ପ୍ରତିଶ୍ରୁତି ପୂରଣ ନ ହେବାରୁ ଅଞ୍ଚଳବାସୀ ନିରାଶ ଏବଂ ଦୁଃଖିତ। ମେଡିକାଲ କଲେଜ ନ କରି ୨୦୦ ଶଯ୍ୟା ସୁପର ସ୍ପେଶାଲିଟି ହସ୍ପିଟାଲ ହୋଇଥିବାରୁ ସେ ବ୍ୟକ୍ତିଗତ ଭାବେ ଅତ୍ୟନ୍ତ ନିରାଶ ବୋଲି ଇସ୍ପାତ ମନ୍ତ୍ରୀ ମଲିକ ଉଲ୍ଲେଖ କରିଛନ୍ତି। ରାଉରକେଲାବାସୀଙ୍କ ଦୀର୍ଘଦିନର ଆକାଂକ୍ଷା ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତିକୁ ଅତିଶୀଘ୍ର ପୂରଣ କରିବେ ବୋଲି ମଲିକ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri