ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ ବଢୁନାହିଁ। ତେଣୁ ଖୁବ୍ଶୀଘ୍ର ଭାରତମାଳା ପରିଯୋଜନା କାର୍ଯ୍ୟକାରୀ କରିବା ଦାବିରେ ଉପକୂଳ ରାଜପଥ ନିର୍ମାଣ ମିଳିତ କ୍ରିୟାନୁଷ୍ଠାନ ମହାମଞ୍ଚ ଆସନ୍ତା ୧୫ ତାରିଖରେ ପୁରୀରୁ ଭୁବନେଶ୍ୱର ପଦଯାତ୍ରା କରିବ। ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୬ ତାରିଖରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କିତ ଦାବିପତ୍ର ପ୍ରଦାନ କରାଯିବ। ଏଥିସହ ୧୭ ତାରିଖଠାରୁ ଚନ୍ଦ୍ରଶେଖରପୁରସ୍ଥିତ କେନ୍ଦ୍ରୀୟ ଆଞ୍ଚଳିକ ପରିବେଶ ମନ୍ତ୍ରଣାଳୟଠାରେ ସତ୍ୟାଗ୍ରହ ଆରମ୍ଭ ହେବ ବୋଲି ମହାମଞ୍ଚର ଆବାହକ ଟୁନା ସ୍ବାଇଁ କହିଛନ୍ତି।
ସ୍ବାଇଁ କହିଛନ୍ତି, ଏହି ରାଜପଥ ନିର୍ମାଣ କରାଗଲେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଅର୍ଥନୀତି ସୁଦୃଢ ସାଙ୍ଗକୁ ଜୀବନ ଜୀବିକା, ଯାତାୟାତ, ପରିବହନ, ପର୍ଯ୍ୟଟନ କ୍ଷେତ୍ରରେ ଦ୍ରୁତ ବିକାଶ ଓ ସମୃଦ୍ଧି ହେବ। ଏଥିସହ ଉପକୂଳବାସୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଏକକ ସଂଯୋଗୀକରଣ ରାଜପଥ ନିର୍ମାଣ ଦ୍ୱାରା ଯାତାୟାତ ଦୂରତା ଓ ସମୟ କମିବା ସହିତ ଖର୍ଚ୍ଚ ମଧ୍ୟ କମିବ। ପରିବହନ ସୁଗମ ହେବ, ଯାନବାହନ ମେଣ୍ଟେନାନ୍ସ ଖର୍ଚ୍ଚ କମିବ, ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ଉପକୂଳ ରାଜପଥ ହେଲେ ବାତ୍ୟା ସମୟରେ ନିରାପଦ ସ୍ଥାନକୁ ଧନଜୀବନ ସ୍ଥାନାନ୍ତର ପ୍ରକ୍ରିୟା ସୁଗମ ହେବ। ରାଜ୍ୟ ସରକାର ସାତପଡ଼ା-ଦୀଘା ଉପକୂଳ ରାଜପଥ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛନ୍ତି। କିନ୍ତୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ଏହାକୁ ସବୁଜ ସଙ୍କେତ ଦେଉନାହିଁ । ତେଣୁ ମହାମଞ୍ଚ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ।
Posted inଆମ ଜିଲା ଖବର, ପୁରୀ View All
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
Archives


