ଉପକୂଳ ରାଜପଥ ନିର୍ମାଣ ଦାବି

ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ ବଢୁନାହିଁ। ତେଣୁ ଖୁବ୍‌ଶୀଘ୍ର ଭାରତମାଳା ପରିଯୋଜନା କାର୍ଯ୍ୟକାରୀ କରିବା ଦାବିରେ ଉପକୂଳ ରାଜପଥ ନିର୍ମାଣ ମିଳିତ କ୍ରିୟାନୁଷ୍ଠାନ ମହାମଞ୍ଚ ଆସନ୍ତା ୧୫ ତାରିଖରେ ପୁରୀରୁ ଭୁବନେଶ୍ୱର ପଦଯାତ୍ରା କରିବ। ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୬ ତାରିଖରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କିତ ଦାବିପତ୍ର ପ୍ରଦାନ କରାଯିବ। ଏଥିସହ ୧୭ ତାରିଖଠାରୁ ଚନ୍ଦ୍ରଶେଖରପୁରସ୍ଥିତ କେନ୍ଦ୍ରୀୟ ଆଞ୍ଚଳିକ ପରିବେଶ ମନ୍ତ୍ରଣାଳୟଠାରେ ସତ୍ୟାଗ୍ରହ ଆରମ୍ଭ ହେବ ବୋଲି ମହାମଞ୍ଚର ଆବାହକ ଟୁନା ସ୍ବାଇଁ କହିଛନ୍ତି।
ସ୍ବାଇଁ କହିଛନ୍ତି, ଏହି ରାଜପଥ ନିର୍ମାଣ କରାଗଲେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଅର୍ଥନୀତି ସୁଦୃଢ ସାଙ୍ଗକୁ ଜୀବନ ଜୀବିକା, ଯାତାୟାତ, ପରିବହନ, ପର୍ଯ୍ୟଟନ କ୍ଷେତ୍ରରେ ଦ୍ରୁତ ବିକାଶ ଓ ସମୃଦ୍ଧି ହେବ। ଏଥିସହ ଉପକୂଳବାସୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଏକକ ସଂଯୋଗୀକରଣ ରାଜପଥ ନିର୍ମାଣ ଦ୍ୱାରା ଯାତାୟାତ ଦୂରତା ଓ ସମୟ କମିବା ସହିତ ଖର୍ଚ୍ଚ ମଧ୍ୟ କମିବ। ପରିବହନ ସୁଗମ ହେବ, ଯାନବାହନ ମେଣ୍ଟେନାନ୍ସ ଖର୍ଚ୍ଚ କମିବ, ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ଉପକୂଳ ରାଜପଥ ହେଲେ ବାତ୍ୟା ସମୟରେ ନିରାପଦ ସ୍ଥାନକୁ ଧନଜୀବନ ସ୍ଥାନାନ୍ତର ପ୍ରକ୍ରିୟା ସୁଗମ ହେବ। ରାଜ୍ୟ ସରକାର ସାତପଡ଼ା-ଦୀଘା ଉପକୂଳ ରାଜପଥ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛନ୍ତି। କିନ୍ତୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ଏହାକୁ ସବୁଜ ସଙ୍କେତ ଦେଉନାହିଁ । ତେଣୁ ମହାମଞ୍ଚ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri