Posted inଜାତୀୟ

ଜନ ଗଣ ମନ… ବଦଳାଇବା ପାଇଁ ଦାବି

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ର ଗାନ ଜନ ଗଣ ମନ…କୁ ପରିବର୍ତ୍ତନ କରିବା ପାଇଁ ଦାବି ହୋଇଛି। ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଇତି ମଧ୍ୟରେ ସ୍ବାମୀ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଲେଖିଥିବା ଚିଠିକୁ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିଛନ୍ତି। ସେ କହିଛନ୍ତି ଯେ, ୧୯୪୯ ନଭେମ୍ବର ୨୬ରେ ବିନା ଭୋଟିଂରେ ରାଷ୍ଟ୍ର ଗାନକୁ ସ୍ବୀକୃତି ମିଳିଥିଲା। ଏହି ସମୟରେ କୁହାଯାଇଥିଲା ଯେ, ଆବଶ୍ୟକ ପଡ଼ିଲେ ରାଷ୍ଟ୍ର ଗାନର ଶବ୍ଦରେ ଭବିଷ୍ୟତରେ ପରିବର୍ତ୍ତନ ଅଣାଯାଇ ପାରିବ। ଏହା ରବୀନ୍ଦ୍ରନାଥ ଠାକୁରଙ୍କ ଦ୍ୱାରା ରଚିତ ହୋଇଥିବାବେଳେ ପ୍ରଥମେ ୧୯୧୧ ଡିସେମ୍ବର ୨୭ରେ କୋଲକାତାରେ ହୋଇଥିବା କଂଗ୍ରେସ ଅଧିବେଶନରେ ବ୍ରିଟିଶ୍‌ ରାଜାଙ୍କୁ ସ୍ବାଗତ କରିବା ପାଇଁ ଗାନ କରାଯାଇଥିଲା। ରବୀନ୍ଦ୍ରନାଥଙ୍କ ଦ୍ୱାରା ରଚିତ ବଡ଼ କବିତାର ପ୍ରଥମ ୧୩ ଧାଡ଼ିକୁ ରାଷ୍ଟ୍ର ଗାନ ଭାବେ ଗାନ କରାଯାଉଛି। ଏହାକୁ ଗାନ କରିବା ଲାଗି ୫୨ ସେକେଣ୍ଡ ସମୟ ଲାଗୁଛି। ସୁଭାଷଚନ୍ଦ୍ର ବୋଷଙ୍କ ଦ୍ୱାରା କରାଯାଇଥିବା ପରିବର୍ତ୍ତନକୁ ଗ୍ରହଣ କରାଯାଇପାରେ ବୋଲି ସ୍ବାମୀ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ଲୋକ ସଭାରେ ସଂଖ୍ୟା ଗରିଷ୍ଠତା ଯୋଗୁ ଭାଜପା ଏହି ପ୍ରସ୍ତାବକୁ ସହଜର ପାରିତ କରାଇ ପାରିବ। ମାତ୍ର ରାଜ୍ୟ ସଭାରେ ଏହି ପ୍ରସ୍ତାବ ପାରିତ ହେବା କଷ୍ଟକର ହେବ ବୋଲି ସମ୍ବିଧାନ ବିଶାରଦ ମତ ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri