ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ପୁଣି ଉଠିଲା ଦାବି

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିଠାରେ ଚଳିତ ଶୀତ ମହୋତ୍ସବ ପାଳନ ପାଇଁ ଦ୍ୱିତୀୟଥର ବ୍ଲକ ସଭାଗୃହଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଶୀତ ମହୋତ୍ସବକୁ ଉତ୍ସବ ମୁଖର କରିବା ପାଇଁ ଆଲୋଚନାରେ ଭାଗ ନେଇଥିଲେ। ବୈଠକରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, କମିଟିର କୋଷାଧ୍ୟକ୍ଷ ତଥା ତହସିଲଦାର ଧୀରୋଜ ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ରହିଥିଲେ। ଏହି ବୈଠକରେ ଆଲୋଚନା ମଧ୍ୟରେ ଏହି ମହୋତ୍ସବକୁ ରାଜ୍ୟସ୍ତରୀୟ କରାଯିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଥିଲେ। ସେହିପରି ଏହି ମହୋତ୍ସବକୁ ଉଦଘାଟନ କରାଯିବା ଦିନ ବା ପ୍ରଥମ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବାକୁ ଏମ୍‌ପିଙ୍କ ନିକଟରେ ଅଞ୍ଚଳବାସୀ ନିବେଦନ କରିଥିଲେ। ଏନେଇ ଏମ୍‌ପି ଲୋକଙ୍କ ଦାବି ଯଥାର୍ଥ ବୋଲି କହିବା ସହ ସେ ଗୁରୁବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବି ବୋଲି କହିଥିଲେ। ଦାରିଙ୍ଗବାଡ଼ିରେ ଷ୍ଟ୍ରିଟ୍‌ ଆଲୁଅକୁ ଗୁରୁତ୍ୱ ସହ ଶୌଚାଳୟ ଓ ଆବଶ୍ୟକ ସୁବିଧା ସହ ଶୀତ ମହୋତ୍ସବରେ ବିଭିନ୍ନ ସାଂସ୍କୃତିକ ନୃତ୍ୟ, ସଙ୍ଗୀତ ଦଳକୁ ଆଣିବାକୁ ଗୁରୁତ୍ୱ ଦିଆଯିବ। ଏଥିସହ ଏହି ମହୋତ୍ସବ ପାଇଁ ରାଜ୍ୟରୁ ଅନୁଦାନ ଅଣାଯିବ ବୋଲି କହିଛନ୍ତି। ଦାରିଙ୍ଗବାଡ଼ିକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ପ୍ରସ୍ତାବ ରହିଛି। ନିଶ୍ଚିତ ଆଗକୁ ଘୋଷଣା ହେଲେ ଦାରିଙ୍ଗବାଡ଼ିର ବିକାଶ ହେବ। ସେହିପରି ଦାରିଙ୍ଗବାଡ଼ିକୁ ୫ କୋଟି ଅନୁଦାନ ଆସିଲେ ଆଗକୁ ଦାରିଙ୍ଗବାଡ଼ିର ଖେଳପଡ଼ିଆ ସହ ଅନ୍ୟ ବିକାଶ ହୋଇପାରିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri