ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ପୁଣି ଉଠିଲା ଦାବି

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିଠାରେ ଚଳିତ ଶୀତ ମହୋତ୍ସବ ପାଳନ ପାଇଁ ଦ୍ୱିତୀୟଥର ବ୍ଲକ ସଭାଗୃହଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଶୀତ ମହୋତ୍ସବକୁ ଉତ୍ସବ ମୁଖର କରିବା ପାଇଁ ଆଲୋଚନାରେ ଭାଗ ନେଇଥିଲେ। ବୈଠକରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, କମିଟିର କୋଷାଧ୍ୟକ୍ଷ ତଥା ତହସିଲଦାର ଧୀରୋଜ ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ରହିଥିଲେ। ଏହି ବୈଠକରେ ଆଲୋଚନା ମଧ୍ୟରେ ଏହି ମହୋତ୍ସବକୁ ରାଜ୍ୟସ୍ତରୀୟ କରାଯିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଥିଲେ। ସେହିପରି ଏହି ମହୋତ୍ସବକୁ ଉଦଘାଟନ କରାଯିବା ଦିନ ବା ପ୍ରଥମ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବାକୁ ଏମ୍‌ପିଙ୍କ ନିକଟରେ ଅଞ୍ଚଳବାସୀ ନିବେଦନ କରିଥିଲେ। ଏନେଇ ଏମ୍‌ପି ଲୋକଙ୍କ ଦାବି ଯଥାର୍ଥ ବୋଲି କହିବା ସହ ସେ ଗୁରୁବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବି ବୋଲି କହିଥିଲେ। ଦାରିଙ୍ଗବାଡ଼ିରେ ଷ୍ଟ୍ରିଟ୍‌ ଆଲୁଅକୁ ଗୁରୁତ୍ୱ ସହ ଶୌଚାଳୟ ଓ ଆବଶ୍ୟକ ସୁବିଧା ସହ ଶୀତ ମହୋତ୍ସବରେ ବିଭିନ୍ନ ସାଂସ୍କୃତିକ ନୃତ୍ୟ, ସଙ୍ଗୀତ ଦଳକୁ ଆଣିବାକୁ ଗୁରୁତ୍ୱ ଦିଆଯିବ। ଏଥିସହ ଏହି ମହୋତ୍ସବ ପାଇଁ ରାଜ୍ୟରୁ ଅନୁଦାନ ଅଣାଯିବ ବୋଲି କହିଛନ୍ତି। ଦାରିଙ୍ଗବାଡ଼ିକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ପ୍ରସ୍ତାବ ରହିଛି। ନିଶ୍ଚିତ ଆଗକୁ ଘୋଷଣା ହେଲେ ଦାରିଙ୍ଗବାଡ଼ିର ବିକାଶ ହେବ। ସେହିପରି ଦାରିଙ୍ଗବାଡ଼ିକୁ ୫ କୋଟି ଅନୁଦାନ ଆସିଲେ ଆଗକୁ ଦାରିଙ୍ଗବାଡ଼ିର ଖେଳପଡ଼ିଆ ସହ ଅନ୍ୟ ବିକାଶ ହୋଇପାରିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri