ଅଫ୍‌ଲାଇନ୍‌ରେ ପିଡିଏସ୍‌ ସାମଗ୍ରୀ ଦେବାକୁ ଦାବି

ଖଜୁରିପଡ଼ା/ବଲସକୁମ୍ପା,୧ା୫(ଡି.ଏନ.ଏ.)-ପିଡିଏସ୍‌ ସାମଗ୍ରୀ ଅଫ୍‌ଲାଇନ୍‌ ମାଧ୍ୟମରେ ଯୋଗାଇଦେବା ପାଇଁ ଶୁକ୍ରବାର ଯୋଗାଣ ସହାୟକ ସଂଘ କନ୍ଧମାଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି। କରୋନା ମହାମାରୀର ସଂକ୍ରମଣ ରୋକିବା ପାଇଁ ଏହିଭଳି ନିଷ୍ପତ୍ତି ନେବାକୁ ଅଭିଯୋଗରେ ଦର୍ଶାଯାଇଛି। ଦୀର୍ଘ ୮ବର୍ଷ କାଳ ସାଧାରଣ ବଣ୍ଟନ ବ୍ୟବସ୍ଥା ସୁଚାରୁରୂପେ ହୋଇଆସୁଥିଲା। ବର୍ତ୍ତମାନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆଧାର କିମ୍ବା ଆଇଆର୍‌ଆଇଏସ ଦ୍ୱାରା ପିଡିଏସ୍‌ ସାମଗ୍ରୀ ଚାଉଳ, ଗହମ, କିରୋସିନ ବଣ୍ଟନ କଲେ ସଂକ୍ରମଣ ବଢ଼ିପାରେ। କାରଣ ଗୋଟିଏ ଇପିଓଏସ୍‌ ମେଶିନ ଦ୍ୱାରା ସମସ୍ତ ହିତାଧିକାରୀଙ୍କ ଆଖି ଓ ଅଙ୍ଗୁଳି ସ୍କାନ ହେଉଥିବା ଯୋଗୁ ହିତାଧିକାରୀମାନେ ସଂକ୍ରମଣ ହେବାର ଆଶଙ୍କା ରହିଛି। ତେଣୁ ଅନ୍‌ଲାଇନ୍‌କୁ ଛାଡି ଅଫ୍‌ଲାଇନ୍‌ ଦ୍ୱାରା ପିଡିଏସ୍‌ ସାମଗ୍ରୀ ବଣ୍ଟନ କରିବା ପାଇଁ ସଂଘର ସମ୍ପାଦିକା ଜ୍ୟୋତ୍ସ୍ନାରାଣୀ ଦେହୁରୀ, ସଦସ୍ୟ ଭୀମସେନ ଗଣ୍ଡା, ଅରୁଣ କହଁର, ନୟନୀ ମଲିକ, ଅର୍ଜୁନ ସାହାଣୀ ପ୍ରମୁଖ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri