ଜମିହରା କର୍ମଚାରୀଙ୍କୁ ପୁନଃ ଅବସ୍ଥାପିତ ଦାବି

ଢେଙ୍କାନାଳ ଅଫିସ,୧୯।୪

ଢେଙ୍କାନାଳ ଜିଲା ଓଡାପଡା ବ୍ଲକ କୁରୁଣ୍ଟିଠାରେ ଗତ ୨୦୨୦ ମସିହାରୁ ବନ୍ଦହୋଇ ପଡିଥିବା ବିଆର୍‌ଜି ଷ୍ଟିଲ ପ୍ଲାଣ୍ଟ କିଛିଦିନ ତଳେ ରିମ୍‌ଝିମ୍‌ ଷ୍ଟିଲକୁ ବିକ୍ରି ହୋଇଯାଇଛି। ବିଆର୍‌ଜି କମ୍ପାନୀର ଜମିହରା କ୍ଷତିଗ୍ରସ୍ତ ପ୍ରଜାଙ୍କୁ ପୁନଃ ଅବସ୍ଥାପିତ କରିବା ପାଇଁ ସୋମବାର ରିମ୍‌ଝିମ୍‌ କମ୍ପାନୀ ଅଧିକାରୀମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୭ଦିନ ମଧ୍ୟରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।
ପ୍ରକାଶ ଯେ, ବିଆର୍‌ଜି କମ୍ପାନୀ ବନ୍ଦ ହେବାପରେ ଏହି କମ୍ପାନୀ ରିମ୍‌ଝିମ୍‌ ଷ୍ଟିଲ କମ୍ପାନୀକୁ ବିକ୍ରି ହୋଇଯାଇଥିଲା। ନୂତନ କମ୍ପାନୀ ପୁରୁଣା କର୍ମଚାରୀମାନଙ୍କୁ ନେଇ କାମ କରିବ ବୋଲି ସମସ୍ତେ ଆଶା ରଖିଥିବା ବେଳେ ନୂତନ କମ୍ପାନୀ କର୍ମଚାରୀଙ୍କ ଅଭିଯୋଗ ନ ରଖିବା ଓ ନୂଆ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବାକୁ ପ୍ରସ୍ତୁତ ହେଉଥିବା ଦେଖି କ୍ଷତିଗ୍ରସ୍ତ ପ୍ରଜାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ବୃଦ୍ଧି ପାଇଛି। ଘଟଣା ସମ୍ପର୍କରେ ଜାଣିବା ପରେ ସୋମବାର କୁଶୁପଙ୍ଗା ସରପଞ୍ଚ ଅନିତା ନାୟକଙ୍କ ନେତୃତ୍ୱରେ ପୂର୍ବତନ ସରପଞ୍ଚ ନିତ୍ୟାନନ୍ଦ ବେହେରା, ପୂର୍ବତନ ସମିତି ସଭ୍ୟ ଗୋବିନ୍ଦ ସାହୁ, କୁରୁଣ୍ଟି ଗ୍ରାମର ବିବେକାନନ୍ଦ ନାୟକ, ରାଜୀବ ଗୋପାଳ ସ୍ବାଇଁ, ବିକଳ ନାୟକ, ବାଉରିବନ୍ଧୁ ପରିଡା, ରଣଜିତ ନାୟକ, ଶ୍ରବଣ କୁମାର ନାୟକ, କୁଶୁପଙ୍ଗା ଗ୍ରାମର ନରେଶ ଚନ୍ଦ୍ର ରାଉତ, ଚିତ୍ତରଞ୍ଜନ ନାଥ, ମଙ୍ଗଳପୁର ଗ୍ରାମର ନୃସିଂହ ଚରଣ ସାହୁ ପ୍ରମୁଖ କମ୍ପାନୀ ମୁଖ୍ୟ ଫାଟକ ସମ୍ମୁଖରେ ପହଞ୍ଚିଥିଲେ। ଖବରପାଇ ନୂତନ କମ୍ପାନୀ ବରିଷ୍ଠ ଉପସଭାପତି ଏମ୍‌ପି ସିଂହ, ମାନବ ସମ୍ବଳ ବିଭାଗ ଡିଜିଏମ୍‌ ଚିତ୍ତରଞ୍ଜନ ମିଶ୍ର, ହରପାଲ ସିଂହ ପ୍ରମୁଖ ମୋଟଙ୍ଗା ପୋଲିସ ଉପସ୍ଥିତିରେ କ୍ଷତିଗ୍ରସ୍ତ ପ୍ରଜାଙ୍କ ସହିତ ଆଲୋଚନା ସହ ସରପଞ୍ଚ ଅନିତା ନାୟକଙ୍କ ଠାରୁ ଦାବିପତ୍ର ଗ୍ରହଣ କରିଥିଲେ। ପୂର୍ବ କମ୍ପାନୀରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ସହିତ ପାରିପାର୍ଶ୍ୱିକ ଉନ୍ନୟନ ସମ୍ପର୍କରେ ଦାବି କରାଯାଇଛି। ଆସନ୍ତା ଏକ ସପ୍ତାହ ମଧ୍ୟରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ ପୂର୍ବପରି ନୂତନ କମ୍ପାନୀକୁ ସମସ୍ତ ସହଯୋଗ ମିଳିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଉପସଭାପତି ଏମ୍‌ପି ସିଂହ ଏ ସଂକ୍ରାନ୍ତରେ କମ୍ପାନୀର ବୋର୍ଡ ସହିତ ଆଲୋଚନା କରି ନିଷ୍ପତ୍ତି ଜଣାଇବା ପାଇଁ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?