ବଡଟେମରି ମଣ୍ଡିକୁ ଅଲଗା କରିବାକୁ ଦାବି

କୋକସରା,୨୨।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଚାରବାହାଲ ପ୍ୟାକ୍ସ ଅଧୀନରେ ଥିବା ମୋଟେର ମଣ୍ଡିରୁ ରଣମାଲ ପ୍ୟାକ୍ସର ବଡଟେମରି ମଣ୍ଡିକୁ ସମ୍ପୂର୍ଣ୍ଣ ଅଲଗା କରିବାକୁ ଚାଷୀମାନେ ଦାବି କରିଛନ୍ତି। ଚାଷୀଙ୍କ ଅଭିଯୋଗ ହେଲା, ବଡଟେମରୀ ମଣ୍ଡିର ଚାଷୀମାନେ ମଣ୍ଡି ଆରମ୍ଭ ନ ହେଉଣୁ ମୋଟେର ମଣ୍ଡି ପ୍ରାଙ୍ଗଣରେ ଧାନ ଆଣି ଗଦାକରି ରଖିଥାନ୍ତି। ଫଳରେ ମଣ୍ଡି ଶେଷ ହେବା ପର୍ପ୍ୟନ୍ତ ମୋଟେର ମଣ୍ଡିର ଚାଷୀଙ୍କୁ ଧାନ ବିକ୍ରି କରିବାକୁ ଜାଗା ମିଳେ ନାହିଁ। ଏହି ବିଷୟରେ ବଡଟେମରି ମଣ୍ଡିର ଧାନକ୍ରେତା ସ୍ବୟଂ ସହାୟକ ଗୋଷ୍ଠୀର ଦୃଷ୍ଟି ଆକର୍ଷଣ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେଉନାହିଁ । ଏହାକୁ ମୋଟର ମଣ୍ଡି ଅନ୍ତର୍ଗତ କୁସୁମଖୁଣ୍ଟି, ବାଟିଗୁଡା, ଜଲତାମୁଣ୍ଡା, ଖଟୁଲୁଗୁଡା ସମେତ ମୋଟେର ଗ୍ରାମର ଚାଷୀମାନେ ବିରୋଧ କରିଛନ୍ତି। ଖବର ପାଇ କୋକସରା ତହସିଲଦାର ମନୋଜ ପାଢୀ ପହଞ୍ଚତ୍ ସ୍ଥାନୀୟ ଚାଷୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଆସନ୍ତା ୭ ଦିନ ଭିତରେ ଜାଗା ଚିହ୍ନଟ କରି ସମସ୍ୟାର ସମାଧାନ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି । ଯଦି ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ ନ ହୁଏ ତେବେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି । ମୋଟେର ସରପଞ୍ଚ ଇଂ. ସୁଶୀଲ ଶବର, ହରିଶଙ୍କର ନାଏକ, କୁଶ ବେହେରା, ସୁଦର୍ଶନ ବେହେରା, ଲକ୍ଷ୍ମୀକାନ୍ତ ମାଝି, ବିଶେଶ୍ୱର ବନ୍ଧୀଛୋଡ , ସୁଦର୍ଶନ ବେହେରା, ଲିଙ୍ଗରାଜ ବେହେରା, ମହେନ୍ଦ୍ର ବେହେରା, ହୁତାଶନ ହାତୀ, ବୀରବଲ ଦଳପତି, ହୃଷୀକେଶ ଦାସ, ହେମନ୍ତ ଦାସ, କମଳାକାନ୍ତ ମାଝି, ହର ଜାଲ ପ୍ରମୁଖ ତହସିଲଦାରଙ୍କ ସହିତ ଏ ନେଇ ଆଲୋଚନା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri