ଗଣତନ୍ତ୍ର, ସମ୍ବିଧାନ ଦଳୀୟ ନୁହେଁ: ଧର୍ମେନ୍ଦ୍ର

ସମ୍ବଲପୁର,୨୬ା୫ (ବ୍ୟୁରୋ): ଭାରତ ଦୁନିଆର ଆଦ୍ୟ ଗଣତନ୍ତ୍ର ସ୍ଥାନ। ଏହିଠାରୁ ଗଣତନ୍ତ୍ର ଆରମ୍ଭ ହୋଇଛି। ଆଜି ଦିନରେ ଭାରତ ପ୍ରଭାବଶାଳୀ ଭାବେ ପରିଚିତ। ଗଣତନ୍ତ୍ରର ଆଲୋଚନା ସଂସଦରେ ହୋଇଥାଏ। ଏବେ ଯେଉଁ ସଂସଦ ଭବନ ରହିଛି ତାହା ବ୍ରିଟିଶମାନଙ୍କ ସମୟରେ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ନୂତନ ସଂସଦ ଭବନ ତିଆରି ହୋଇଛି। ଆସନ୍ତା ୨୮ରେ ଏହା ଲୋକାର୍ପଣ ହେବାକୁ ଯାଉଛି। ଗଣତନ୍ତ୍ର କିମ୍ବା ସମ୍ବିଧାନ ଦଳୀୟ ନୁହେଁ। ଯେଉଁମାନେ ଏହାକୁ ବିରୋଧ କରୁଛନ୍ତି ସେମାନେ ଉଚିତ କରୁ ନାହାନ୍ତି। ସେମାନଙ୍କୁ ଲୋକ ସଭାରୁ ନିମନ୍ତ୍ରଣ ଯାଇଥିବ। ତେଣୁ ବିରୋଧରୁ ନିବୃତ୍ତ ରହି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରନ୍ତୁ ବୋଲି ଗୁରୁବାର ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରାରେ ଯୋଗଦେବା ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଆଗୁଆ ସାଧାରଣ ନିର୍ବାଚନ ଓ କର୍ନାଟକ ନିର୍ବାଚନରେ ଭାଜପାର ପରାଜୟ ସମ୍ପର୍କରେ ଧର୍ମେନ୍ଦ୍ର କହିଛନ୍ତି, ସବୁ ରାଜ୍ୟର ନିର୍ବାଚନରେ ଭିନ୍ନ ଚରିତ୍ର ରହିଥାଏ। ତେବେ ଆଗାମୀ ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭାରୁ ପ୍ରାର୍ଥୀ ହେବା ପ୍ରଶ୍ନରେ ସେ ହସିଦେଇ କଥାକୁ ଏଡାଇ ଯାଇଥିଲେ। ସମ୍ବଲପୁର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ହେବା ନେଇ ଧର୍ମେନ୍ଦ୍ର ହସିଦେବା ଘଟଣାରୁ ପୂର୍ବ ଆଲୋଚନାର ସତ୍ୟତା ଥିବା ଚର୍ଚ୍ଚା ହେଉଛି। ସମ୍ବଲପୁର ଲୋକ ସଭା ନିର୍ବାଚନରେ ଲଢିବା ନେଇ ୨୦୧୯ ମସିହାରେ ରେଙ୍ଗାଲିର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ପରୋକ୍ଷ ଭାବେ ଘୋଷଣା କରିଥିଲେ। ଏବେ ଏହି ଲୋକ ସଭା କ୍ଷେତ୍ରର ବିଭିନ୍ନ ବିଧାନସଭା ଅଞ୍ଚଳ ପରିଦର୍ଶନ କରି ଲୋକମାନଙ୍କ ସହ ମିଶୁଥିବାରୁ ଏ ନେଇ ଚର୍ଚ୍ଚା ବଢୁଛି। ଅନ୍ୟପକ୍ଷରେ ଧର୍ମେନ୍ଦ୍ର ଶୀତଳଷଷ୍ଠୀ ଯାତ୍ରାର ଦେବ ଦମ୍ପତିଙ୍କ ବିବାହ ଉତ୍ସବରେ ଯୋଗଦେବା ସହ ଆଳତି ମଧ୍ୟ କରିଥିଲେ। ଶାନ୍ତିନଗର, ଜଗନ୍ନାଥ କଲୋନୀ, କୁଲତକାନି, ସିନ୍ଦୂରପଙ୍କ, ଅଇଁଠାପାଲି, ସମଲେଇ ମନ୍ଦିର, ହୀରାକୁଦ, କ୍ଷେତରାଜପୁର ଦୁର୍ଗା ମଙ୍ଗଳମ, ଝାଡୁଆପଡା, ନନ୍ଦପଡା, ଠାକୁରପଡା, ମୋଦିପଡାଠାରେ ଅନୁଷ୍ଠିତ ଯାତ୍ରାକୁ ଯାଇଥିଲେ। ତାଙ୍କ ସହ ବରଗଡ ଏମ୍‌ପି ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ଜିଲା ଭାଜପା ସଭାପତି ଗିରିଶ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?