ଦେଶରେ ଗଣତନ୍ତ୍ରର ବିଜୟ ହୋଇଛି: ଶରତ

ଭୁବନେଶ୍ବର, ୫ା୮(ସୁନିତ୍‌ ମିଶ୍ର): ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ମାନହାନି ମକଦ୍ଦମାର ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ କଂଗ୍ରେସ ଶିବିରରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ଦଳର ବହୁ ବରିଷ୍ଠ ନେତା ବାଜା ବଜାଇ ପରସ୍ପରକୁ ମିଠା ଖୁଆଇଛନ୍ତି। କେତେଜଣ ନେତା ନାଚୁଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ସୁପ୍ରିମକୋର୍ଟଙ୍କ ରାୟ ଫଳରେ ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟ ପଦ ବଜାୟ ରଖିବା ସହ ସେ ପୁଣିଥରେ ନିର୍ବାଚନ ଲଢ଼ିପାରିବେ। ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦ୍ୱାରା ଦେଶରେ ଗଣତନ୍ତ୍ରର ବିଜୟ ହୋଇଛି। ରାହୁଲଙ୍କ ଶାଣିତ ସ୍ବରକୁ ଚପାଇଦେବା ପାଇଁ ଯେଉଁ ଚକ୍ରାନ୍ତ ହୋଇଥିଲା ତାହାର ଅବସାନ ଘଟିଛି। ରାହୁଲ ଗାନ୍ଧୀ ସାଧାରଣ ଜନତାର ଦାବିକୁ ଉପସ୍ଥାପନ କରୁଛନ୍ତି, ସରକାରର ଭ୍ରଷ୍ଟାଚାର, ଦୁର୍ନୀତି ଓ ଜନବିରୋଧୀ ନୀତିକୁ ଦୃଢ଼ ସ୍ବରରେ ସଂସଦ ଭିତରେ ଓ ବାହାରେ ପ୍ରତିବାଦ କରୁଛନ୍ତି। ତାହା ମୋଦି ସରକାରଙ୍କ ପାଇଁ ଅସହ୍ୟ ହୋଇପଡ଼ିଛି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ଦ୍ୱାରା କେବଳ ସାରା ଦେଶର କଂଗ୍ରେସ କର୍ମୀ ଉତ୍ସାହିତ ହୋଇନାହାନ୍ତି ବରଂ କ୍ଷମତାସୀନ ଏନ୍‌ଡିଏ ସରକାର ବିରୋଧରେ ସ୍ବର ଉତ୍ତୋଳନ କରିଆସୁଥିବା ବିଭିନ୍ନ ବିରୋଧୀ ଦଳ, ସାମାଜିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ଛାତ୍ର ଓ ଯୁବ ସମାଜକୁ ଆନନ୍ଦିତ କରିଛି। ରାହୁଲଙ୍କ ମୁହଁ ବନ୍ଦ କରିବା ପାଇଁ ତାଙ୍କ ସଭ୍ୟପଦ ରଦ୍ଦ କରାଯାଇଥିଲା। ଏଥିସହ ତାଙ୍କୁ ଜେଲରେ ରଖିବା ପାଇଁ ଷଡ଼ଯନ୍ତ୍ର ହେଉଥିଲା। ହେଲେ ସୁପ୍ରିମକୋର୍ଟ ଏହି ଷଡ଼ଯନ୍ତ୍ରକୁ ପଣ୍ଡ କରିଛନ୍ତି ବୋଲି ଶରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?