Posted inଜାତୀୟ

‘ଭବନ ନୁହେଁ, ଲୋକଙ୍କ ଦ୍ୱାରା ଗଣତନ୍ତ୍ର ଚାଲେ’

ନୂଆଦିଲ୍ଲୀ, ୨୯ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂତନ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନ ଉତ୍ସବକୁ କଂଗ୍ରେସ ସମେତ ୨୧ ବିରୋଧୀ ଦଳ ବର୍ଜନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଉଦ୍‌ଘାଟନରୁ ବାଦ୍‌ ଦିଆଯିବା ଘଟଣାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଭବନ ଦ୍ୱାରା ନୁହେଁ, ବରଂ ଲୋକମାନଙ୍କ ଦ୍ୱାରା ଗଣତନ୍ତ୍ର ଚାଲିଥାଏ ବୋଲି ସେ କହିଛନ୍ତି। ରାଷ୍ଟ୍ରପତିଙ୍କଠାରୁ ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନ ଅଧିକାର ଛଡ଼ାଇ ନିଆଗଲା ବୋଲି ଖାର୍ଗେ ଟୁଇଟ୍‌ କରିଛନ୍ତି।
ଉଦ୍‌ଘାଟନକୁ ମୋଦି ରାଜ୍ୟାଭିଷେକ ବିବେଚନା କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ପାର୍ଲାମେଣ୍ଟ ଜନସାଧାରଣଙ୍କ ସ୍ବର ବୋଲି ସେ କହିଛନ୍ତି। ଏକଚ୍ଛତ୍ରବାଦୀ ପ୍ରଧାନମନ୍ତ୍ରୀ ସଂସଦୀୟ ପ୍ରକ୍ରିୟାକୁ ଘୃଣା କରିଥାନ୍ତି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଅଭିଯୋଗ କରିବା ସହ ରାଷ୍ଟ୍ରପତି ମୁର୍ମୁଙ୍କୁ ଉଦ୍‌ଘାଟନ ଉତ୍ସବକୁ ଡକା ନ ଯିବା ନେଇ ଭାଜପାକୁ ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନରେ ବିଭିନ୍ନ ରୀତିନୀତି ସମ୍ପନ୍ନ ହେବାରୁ ଯାହା ଜଣାପଡ଼ୁଛି, ଦେଶ ବହୁ ଦଶନ୍ଧି ପଛକୁ ଫେରାଇ ନିଆଯାଇଛି ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି। ସେହିପରି ବାମଦଳଗୁଡ଼ିକ ଉଦ୍‌ଘାଟନ ଉତ୍ସବକୁ ରାଜ୍ୟାଭିଷେକ ସହ ତୁଳନା କରିଛନ୍ତି। ଏହା ଦ୍ୱାରା ଦେଶର ଜନସାଧାରଣଙ୍କୁ ପ୍ରଜା ଭାବେ ପଦାବନତ କରାଯାଇଥିବା ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ କହିଛନ୍ତି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ବିରୋଧୀ ଦଳ ଅନୁପସ୍ଥିତିରେ ନୂଆ ଭାରତ ଘୋଷଣା କରାଯାଇଛି। ନୂଆ ଭାରତ ରାଜା ଓ ପ୍ରଜାର ଭାରତ ବୋଲି ୟେଚୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri