Posted inଜାତୀୟ

‘ଭାଜପାକୁ ହଟାଇଲେ ଗଣତନ୍ତ୍ର ତିଷ୍ଠିବ’

ଲକ୍ଷ୍ନୌ, ୨୯ା୮: କେନ୍ଦ୍ରର ଭାଜପା ସରକାର ଦେଶକୁ ବରବାଦ୍‌ କରୁଛି। ବିକାଶ ପରିବର୍ତ୍ତେ ଦେଶକୁ ପଛକୁ ଟାଣୁଛି। ଗୈରିକ ଦଳକୁ କ୍ଷମତାରୁ ହଟାଇବା ପାଇଁ ଜନସାଧାରଣ ପ୍ରସ୍ତୁତ ହେଲେଣି। ଆଉ କେତୋଟି ନିର୍ବାଚନ ପରେ ଭାଜପା କ୍ଷମତାଚ୍ୟୁତ ହେବ ବୋଲି ରବିବାର ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କହିଛନ୍ତି।
ଅଖିଳେଶ କହିଛନ୍ତି, ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶର ବଡ଼ ଦାୟିତ୍ୱ ରହିଛି। କେବଳ ଭୋଟ କାଟିବା ପାଇଁ ଛୋଟ ଦଳଗୁଡ଼ିକ ନିର୍ବାଚନ ଲଢ଼ୁଛନ୍ତି। ଏନେଇ ସମାଜବାଦୀ ପାର୍ଟି ଲୋକଙ୍କ ପାଖକୁ ଯାଇ ସଚେତନ କରାଇବ।

କେଉଁ ଦଳ ଭାଜପା ସହ ରହିଛି, କେଉଁ ଦଳ ଏହା ବିରୋଧରେ ଲଢ଼େଇ କରୁଛି ତାହା ମତଦାତା ଜାଣିଛନ୍ତି। ବିରୋଧୀ ଏକତା ପାଇଁ ଜାତୀୟ ସ୍ତରରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ମିଶି ଲଗାତର ଉଦ୍ୟମ ଚାଲିଛି। ସେପଟେ ବିହାରରେ ମଧ୍ୟ ସମୀକରଣ ବଦଳି ସାରିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ର ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ବିରୋଧୀଙ୍କ ପ୍ରଧାନମନ୍ତ୍ରୀ ଚେହେରା କିଏ ହେବେ ତାହା ବଡ଼ କଥା ନୁହେଁ।

ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, କିପରି ଭାଜପାକୁ ହଟାଇ ଗଣତନ୍ତ୍ରର ସୁରକ୍ଷା କରାଯିବ ବୋଲି ଅଖିଳେଶ କହିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମଥୁରା ଓ ବୃନ୍ଦାବନରେ ଐତିହ୍ୟସ୍ଥଳଗୁଡ଼ିକୁ ଭାଜପା କ୍ଷତି ପହଞ୍ଚାଉଛି। ବିକାଶମୂଳକ କାର୍ଯ୍ୟ ପାଇଁ ଦିଆଯାଇଥିବା ପାଣ୍ଠି ଆତ୍ମସାତ କରାଯାଉଥିବାବେଳେ ସେଥିପ୍ରତି ଆଦୌ ଦୃଷ୍ଟି ଦିଆଯାଉନାହଁି ବୋଲି ଅଖିଳେଶ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri