Posted inଜାତୀୟ

‘ଭାଜପାକୁ ହଟାଇଲେ ଗଣତନ୍ତ୍ର ତିଷ୍ଠିବ’

ଲକ୍ଷ୍ନୌ, ୨୯ା୮: କେନ୍ଦ୍ରର ଭାଜପା ସରକାର ଦେଶକୁ ବରବାଦ୍‌ କରୁଛି। ବିକାଶ ପରିବର୍ତ୍ତେ ଦେଶକୁ ପଛକୁ ଟାଣୁଛି। ଗୈରିକ ଦଳକୁ କ୍ଷମତାରୁ ହଟାଇବା ପାଇଁ ଜନସାଧାରଣ ପ୍ରସ୍ତୁତ ହେଲେଣି। ଆଉ କେତୋଟି ନିର୍ବାଚନ ପରେ ଭାଜପା କ୍ଷମତାଚ୍ୟୁତ ହେବ ବୋଲି ରବିବାର ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କହିଛନ୍ତି।
ଅଖିଳେଶ କହିଛନ୍ତି, ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶର ବଡ଼ ଦାୟିତ୍ୱ ରହିଛି। କେବଳ ଭୋଟ କାଟିବା ପାଇଁ ଛୋଟ ଦଳଗୁଡ଼ିକ ନିର୍ବାଚନ ଲଢ଼ୁଛନ୍ତି। ଏନେଇ ସମାଜବାଦୀ ପାର୍ଟି ଲୋକଙ୍କ ପାଖକୁ ଯାଇ ସଚେତନ କରାଇବ।

କେଉଁ ଦଳ ଭାଜପା ସହ ରହିଛି, କେଉଁ ଦଳ ଏହା ବିରୋଧରେ ଲଢ଼େଇ କରୁଛି ତାହା ମତଦାତା ଜାଣିଛନ୍ତି। ବିରୋଧୀ ଏକତା ପାଇଁ ଜାତୀୟ ସ୍ତରରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ମିଶି ଲଗାତର ଉଦ୍ୟମ ଚାଲିଛି। ସେପଟେ ବିହାରରେ ମଧ୍ୟ ସମୀକରଣ ବଦଳି ସାରିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କେନ୍ଦ୍ର ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ବିରୋଧୀଙ୍କ ପ୍ରଧାନମନ୍ତ୍ରୀ ଚେହେରା କିଏ ହେବେ ତାହା ବଡ଼ କଥା ନୁହେଁ।

ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, କିପରି ଭାଜପାକୁ ହଟାଇ ଗଣତନ୍ତ୍ରର ସୁରକ୍ଷା କରାଯିବ ବୋଲି ଅଖିଳେଶ କହିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମଥୁରା ଓ ବୃନ୍ଦାବନରେ ଐତିହ୍ୟସ୍ଥଳଗୁଡ଼ିକୁ ଭାଜପା କ୍ଷତି ପହଞ୍ଚାଉଛି। ବିକାଶମୂଳକ କାର୍ଯ୍ୟ ପାଇଁ ଦିଆଯାଇଥିବା ପାଣ୍ଠି ଆତ୍ମସାତ କରାଯାଉଥିବାବେଳେ ସେଥିପ୍ରତି ଆଦୌ ଦୃଷ୍ଟି ଦିଆଯାଉନାହଁି ବୋଲି ଅଖିଳେଶ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri