‘ଜୀବନ ଜୀବିକା ସୁରକ୍ଷା ପାଇଁ ଗଣତାନ୍ତ୍ରିକ ଲଢ଼େଇ ଜାରି ରହିବ’

ଥୁଆମୂଳ ରାମପୁର,୯ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଏବଂ ରାୟଗଡ଼ା ଜିଲା କାଶୀପୁର ବ୍ଲକ ସୀମାନ୍ତ ସାଗବାରି ପାଖ ପୋଢ଼ ବନ୍ଧା ଘାଟିଠାରେ ଶନିବାର ବିଶ୍ୱ ଆଦିବାସୀ ଦିବସ ୨୦୨୫ ମା’ ମାଟି ମାଳି ସୁରକ୍ଷା ମଞ୍ଚ କଳାହାଣ୍ଡି, ରାୟଗଡ଼ା ପକ୍ଷରୁ ବେଶ୍‌ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କାଶୀପୁର ଏବଂ ଥୁଆମୂଳ ରାମପୁର ବ୍ଲକ ଅଧିନସ୍ଥ ଆଖପାଖ ଅଞ୍ଚଳର ହଜାର ହଜାର ସଂଖ୍ୟାରେ ମୂଳ ନିବାସୀମାନେ ନିଜ ଗ୍ରାମ ଠାରୁ ନିଜ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭା ଯାତ୍ରାରେ ବାହାରି ସଭା ସ୍ଥଳୀ ପର୍ଯ୍ୟନ୍ତ ପହଞ୍ଚିଥିଲେ l ପରେ ସେଠାରେ ଅନେକ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ବିପ୍ଲବୀ ବୀର ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ବିଶ୍ୱ ଆଦିବାସୀ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ପୂର୍ବତନ ଏମ୍‌ପି ଜୟ ରାମ ପାଙ୍ଗି, ଓଡ଼ିଶା ହାଇକୋର୍ଟ ଓକିଲ ଉପେନ୍ଦ୍ର ମାଝୀ, ନିୟମଗିରି ସୁରକ୍ଷା ସମିତି ସଂଯୋଜକ ଲିଙ୍ଗରାଜ ଆଜାଦ, ସାମାଜିକ କର୍ମୀ କଲ୍ୟାଣ ଆନନ୍ଦ, ସାମାଜିକ କର୍ମୀ ସୁରେଶ ସଂଗ୍ରାମ
ନିୟମଗିରି ସୁରକ୍ଷା ସମିତି ସଭାପତି ଲଦ୍‌ ଶିକବା ପ୍ରମୁଖ ଯୋଗ ଦେଇ ଆଦିବାସୀଙ୍କ ହକ ଅଧିକାର ଉପରେ ସମସ୍ତେ ଆଲୋଚନା କରି କେମିତି ଆଗାମୀ ଦିନରେ ମୂଳନିବାସି ଶିକ୍ଷିତ ହେବା ସହ ସମାଜରେ ଜଣେ ଜଣେ ଦକ୍ଷ ବ୍ୟକ୍ତି ହୋଇପାରିବେ ସେ ନେଇ ଆଲୋଚନା କରିବା ସହ ବିଶ୍ୱ ଆଦିବାସୀ ଦିବସ ଅବସରରେ ନିଜ ଭିଟା ମାଟି ହରାଇବାକୁ ଯାଉଥିବା ସିଜି ମାଳି ଖଣି ଅଞ୍ଚଳର ହଜାର ହଜାର ଅଧିବାସୀ ମୂଳନିବାସୀ ପୂର୍ବରୁ ହୋଇଥିବା ଖଣି ଖନନର ମିଛ ଗ୍ରାମସଭାକୁ ବିରୋଧ କରି ସମସ୍ତେ ଏକଜୁଟ ହୋଇ ପୁନର୍ବାର ଗ୍ରାମସଭା କରାଯାଇ ବୋଲି ଆଲୋଚନା କରିଥିଲେ।
ଏବଂ ସିଜିମାଳି ଅଞ୍ଚଳର ଜନସାଧାରଣ ତଥା ଅନୁସୂଚିତ ଅଞ୍ଚଳରେ ଜନସାଧାରଣ ହେଉଛନ୍ତି ସୁପ୍ରିମ, ଏବଂ ଗ୍ରାମସଭା ହେଉଛି ସବୁଠାରୁ ଶ୍ରେଷ୍ଠ, ଯାହାକୁ ନିୟମଗିରି କେସ୍‌ରେ ସୁପ୍ରିମକୋର୍ଟ ମଧ୍ୟ ମାନ୍ୟତା ଦେଇଛନ୍ତି ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri