Odisha Elections 2024

ଗଣତାନ୍ତ୍ରିକ ମୂଲ୍ୟବୋଧରେ ନିରପେକ୍ଷ ଗଣମାଧ୍ୟମ ଆବଶ୍ୟକ

ବ୍ରହ୍ମପୁର ଅଫିସ,୨୪ା୭(ସ୍ମୃତିରଞ୍ଜନ ମହାଲିକ/ସୁବାସଚନ୍ଦ୍ର ପାଢୀ)- ଗଣତନ୍ତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥ ଓ ବଳିଷ୍ଠ ଗଣତନ୍ତ୍ର ସେତେବେଳେ ପ୍ରତିଷ୍ଠା ହେବ, ଯେତେବେଳେ ଯୁବପିଢି ସତ୍ୟ ଅସତ୍ୟକୁ ବୁଝିବା ସହ ଠିକ ପଦକ୍ଷେପ ନେବା ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଗଣମାଧ୍ୟମ, ଗଣତାନ୍ତ୍ରିକ ବ୍ୟବସ୍ଥା ଯୁବପିଢିଙ୍କୁ ଉଚିତ ମାର୍ଗଦର୍ଶନ କରିପାରିବ। ଭାରତକୁ ଏକ ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ଗଢ଼ି ତୋଳିବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସୋମବାର ଧରିତ୍ରୀର ୫୦ ବର୍ଷ ପାଳନ ଉପଲକ୍ଷେ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିର ସି.ଭି. ରମଣ ପ୍ରକୋଷ୍ଠରେ ଆୟୋଜିତ ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ ଅତିଥି ସରସ୍ବତୀ ବିଦ୍ୟାମନ୍ଦିରର ଅଧ୍ୟକ୍ଷ ଡ. ସୁବ୍ରତ କୁମାର ପାଣିଗ୍ରାହୀ କହିଛନ୍ତି।
ପ୍ରତିଯୋଗିତାରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିର, ବ୍ରହ୍ମପୁର ଶିଳ୍ପ ତାଲିମ ବୈଷୟିକ ଅନୁଷ୍ଠାନ, ମହାମାୟୀ ମହିଳା ମହାବିଦ୍ୟାଳୟ, ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟର ମୋଟ ୨୨ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ଏଥିରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟା ମନ୍ଦିର ଯୁକ୍ତ ୨ ବିଜ୍ଞାନ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ଅନିମେଷ ପାଣିଗ୍ରାହୀ ପ୍ରଥମ, ଦ୍ୱିତୀୟ ବର୍ଷ ଛାତ୍ରୀ ତନିଷା ରାଉତ ଓ ଆଲିଶା ହୋତା ଯୁଗ୍ମ ଦ୍ୱିତୀୟ ଏବଂ ଅଙ୍କିତା ମୁଦୁଲି ତୃତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri