ଗଣତାନ୍ତ୍ରିକ ମୂଲ୍ୟବୋଧରେ ନିରପେକ୍ଷ ଗଣମାଧ୍ୟମ ଆବଶ୍ୟକ

ବ୍ରହ୍ମପୁର ଅଫିସ,୨୪ା୭(ସ୍ମୃତିରଞ୍ଜନ ମହାଲିକ/ସୁବାସଚନ୍ଦ୍ର ପାଢୀ)- ଗଣତନ୍ତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥ ଓ ବଳିଷ୍ଠ ଗଣତନ୍ତ୍ର ସେତେବେଳେ ପ୍ରତିଷ୍ଠା ହେବ, ଯେତେବେଳେ ଯୁବପିଢି ସତ୍ୟ ଅସତ୍ୟକୁ ବୁଝିବା ସହ ଠିକ ପଦକ୍ଷେପ ନେବା ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଗଣମାଧ୍ୟମ, ଗଣତାନ୍ତ୍ରିକ ବ୍ୟବସ୍ଥା ଯୁବପିଢିଙ୍କୁ ଉଚିତ ମାର୍ଗଦର୍ଶନ କରିପାରିବ। ଭାରତକୁ ଏକ ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ଗଢ଼ି ତୋଳିବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସୋମବାର ଧରିତ୍ରୀର ୫୦ ବର୍ଷ ପାଳନ ଉପଲକ୍ଷେ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିର ସି.ଭି. ରମଣ ପ୍ରକୋଷ୍ଠରେ ଆୟୋଜିତ ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ ଅତିଥି ସରସ୍ବତୀ ବିଦ୍ୟାମନ୍ଦିରର ଅଧ୍ୟକ୍ଷ ଡ. ସୁବ୍ରତ କୁମାର ପାଣିଗ୍ରାହୀ କହିଛନ୍ତି।
ପ୍ରତିଯୋଗିତାରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିର, ବ୍ରହ୍ମପୁର ଶିଳ୍ପ ତାଲିମ ବୈଷୟିକ ଅନୁଷ୍ଠାନ, ମହାମାୟୀ ମହିଳା ମହାବିଦ୍ୟାଳୟ, ବିନାୟକ ଆଚାର୍ଯ୍ୟ ସରକାରୀ ମହାବିଦ୍ୟାଳୟର ମୋଟ ୨୨ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ଏଥିରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟା ମନ୍ଦିର ଯୁକ୍ତ ୨ ବିଜ୍ଞାନ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ଅନିମେଷ ପାଣିଗ୍ରାହୀ ପ୍ରଥମ, ଦ୍ୱିତୀୟ ବର୍ଷ ଛାତ୍ରୀ ତନିଷା ରାଉତ ଓ ଆଲିଶା ହୋତା ଯୁଗ୍ମ ଦ୍ୱିତୀୟ ଏବଂ ଅଙ୍କିତା ମୁଦୁଲି ତୃତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍

ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?