ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଉଚ୍ଛେଦ ଆରମ୍ଭ

ସାକ୍ଷୀଗୋପାଳ, ୨୫।୬(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ବକୁଳବନରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା କରାଯାଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଶୁକ୍ରବାର ସତ୍ୟବାଦୀ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି।
ସେହି ଅନୁସାରେ ଉକ୍ତ ଜମିରୁ ପ୍ଲଟ ନମ୍ବର ୬୫ରେ ଥିବା ତିନି ପରିବାର ଫଇଜୁ ଖାନ, ଖଇଜୁ ଖାନ୍‌ ଓ ବିଜୟ ନାୟକଙ୍କ ପରିବାର ରହିଥିବାରୁ ଉଚ୍ଛେଦ ପକ୍ରିୟା ବେଳେ ସେମାନେ ବିରୋଧ କରି ପ୍ରଥମେ ଥଇଥାନ କରାଯାଉ ବୋଲି ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କୁ ଅନୁରୋଧ କରିଥିଲେ। ଏ ନେଇ ତହସିଲଦାର ଉକ୍ତ ପରିବାରଙ୍କ ସହ ଆଲୋଚନା କରି ଏହି ତହସିଲ ଅନ୍ତର୍ଗତ କୋଟଉପର ଥିବା ଜମିକୁ ଚିହ୍ନଟ କରି ଖଇଜୁ ଓ ଫଇଜୁ ପରିବାରକୁ ୪ ଡିସିମିଲି ଜମି ଯୋଗାଇ ଦିଆଯିବା ସହ ୪ ରୁ ୬ ମାସ ମଧ୍ୟରେ ଜମିର ରେକର୍ଡ ପ୍ରସ୍ତୁତ କରିଦିଆଯିବ ବୋଲି କହିଥିଲେ। ଏଥିସହ ବିଜୟ ନାୟକଙ୍କ ପରିବାରକୁ ଇନ୍ଦିରା ଆବାସ ଯୋଜନାରେ ଘର ଯୋଗାଇ ଦିଆଯିବ ବୋଲି ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଉଚ୍ଛେଦ ହୋଇଥିଲା। ସେହିଭଳି ସାକ୍ଷୀଗୋପାଳ ମନ୍ଦିର କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଝାଡୁଦାର ଥିବା ସତ୍ୟଭାମା ନାୟକ ଓ ସଂଯୁକ୍ତା ନାୟକ ଠାକୁରଙ୍କ ଜମି ପ୍ଲଟ ନମ୍ବର ୬୨ରେ ଘର କରି ରହୁଛନ୍ତି। ଏହି ଜାଗାଟି ମଧ୍ୟ ବିଶ୍ୱବିଦ୍ୟାଳୟ ପାଇଁ ଦିଆଯାଇଥିବାରୁ ଉଭୟ ପରିବାରଙ୍କୁ ସେଠାରୁ ହଟିବା ପାଇଁ ନୋଟିସ ଜାରି ହୋଇଛି। ହେଲେ ମହିଳାଦ୍ୱୟ ଝାଡୁ ମାରି ଦିନକୁ ତିରିଶ ଟଙ୍କା ବେତନ ପାଇ ନୂଆ ଘର କିମ୍ବା ଭଡା ଘର କରି ରହିବା ସମ୍ଭବ ନ ଥିବାରୁୁ ଉପଯୁକ୍ତ ଥଇଥାନ ପାଇଁ ଅନୁରୋଧ କରିଥିଲେ। ଉଭୟଙ୍କୁ ସହଯୋଗ କରିବାକୁ ତହସିଲଦାର ପ୍ରତିଶ୍ରୁତି ଦେଇଛନ୍ତି। ଏହି ଉଚ୍ଛେଦ କାର୍ଯ୍ୟକ୍ରମରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ସହ ଅତିରିକ୍ତ ତହସିଲଦାର ସନ୍ତୋଷ ପାଣିଗ୍ରାହୀ, ଥାନାଧିକାରୀ ବିଜୟକେତନ ବେହେରା, ଏଏସ୍‌ଆଇ କୃଷ୍ଣଚନ୍ଦ୍ର ବେହେରା, ଆରଆଇ ଶ୍ୟାମସୁନ୍ଦର ପୂର୍ତ୍ତି, ତହସିଲ ସୁପରଭାଇଜର ମୋନାଲିସା ବରାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri