ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଉଚ୍ଛେଦ ଆରମ୍ଭ

ସାକ୍ଷୀଗୋପାଳ, ୨୫।୬(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ବକୁଳବନରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା କରାଯାଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଶୁକ୍ରବାର ସତ୍ୟବାଦୀ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି।
ସେହି ଅନୁସାରେ ଉକ୍ତ ଜମିରୁ ପ୍ଲଟ ନମ୍ବର ୬୫ରେ ଥିବା ତିନି ପରିବାର ଫଇଜୁ ଖାନ, ଖଇଜୁ ଖାନ୍‌ ଓ ବିଜୟ ନାୟକଙ୍କ ପରିବାର ରହିଥିବାରୁ ଉଚ୍ଛେଦ ପକ୍ରିୟା ବେଳେ ସେମାନେ ବିରୋଧ କରି ପ୍ରଥମେ ଥଇଥାନ କରାଯାଉ ବୋଲି ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କୁ ଅନୁରୋଧ କରିଥିଲେ। ଏ ନେଇ ତହସିଲଦାର ଉକ୍ତ ପରିବାରଙ୍କ ସହ ଆଲୋଚନା କରି ଏହି ତହସିଲ ଅନ୍ତର୍ଗତ କୋଟଉପର ଥିବା ଜମିକୁ ଚିହ୍ନଟ କରି ଖଇଜୁ ଓ ଫଇଜୁ ପରିବାରକୁ ୪ ଡିସିମିଲି ଜମି ଯୋଗାଇ ଦିଆଯିବା ସହ ୪ ରୁ ୬ ମାସ ମଧ୍ୟରେ ଜମିର ରେକର୍ଡ ପ୍ରସ୍ତୁତ କରିଦିଆଯିବ ବୋଲି କହିଥିଲେ। ଏଥିସହ ବିଜୟ ନାୟକଙ୍କ ପରିବାରକୁ ଇନ୍ଦିରା ଆବାସ ଯୋଜନାରେ ଘର ଯୋଗାଇ ଦିଆଯିବ ବୋଲି ତହସିଲଦାର ପ୍ରତିଶ୍ରୁତି ଦେବା ପରେ ଉଚ୍ଛେଦ ହୋଇଥିଲା। ସେହିଭଳି ସାକ୍ଷୀଗୋପାଳ ମନ୍ଦିର କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଝାଡୁଦାର ଥିବା ସତ୍ୟଭାମା ନାୟକ ଓ ସଂଯୁକ୍ତା ନାୟକ ଠାକୁରଙ୍କ ଜମି ପ୍ଲଟ ନମ୍ବର ୬୨ରେ ଘର କରି ରହୁଛନ୍ତି। ଏହି ଜାଗାଟି ମଧ୍ୟ ବିଶ୍ୱବିଦ୍ୟାଳୟ ପାଇଁ ଦିଆଯାଇଥିବାରୁ ଉଭୟ ପରିବାରଙ୍କୁ ସେଠାରୁ ହଟିବା ପାଇଁ ନୋଟିସ ଜାରି ହୋଇଛି। ହେଲେ ମହିଳାଦ୍ୱୟ ଝାଡୁ ମାରି ଦିନକୁ ତିରିଶ ଟଙ୍କା ବେତନ ପାଇ ନୂଆ ଘର କିମ୍ବା ଭଡା ଘର କରି ରହିବା ସମ୍ଭବ ନ ଥିବାରୁୁ ଉପଯୁକ୍ତ ଥଇଥାନ ପାଇଁ ଅନୁରୋଧ କରିଥିଲେ। ଉଭୟଙ୍କୁ ସହଯୋଗ କରିବାକୁ ତହସିଲଦାର ପ୍ରତିଶ୍ରୁତି ଦେଇଛନ୍ତି। ଏହି ଉଚ୍ଛେଦ କାର୍ଯ୍ୟକ୍ରମରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ସହ ଅତିରିକ୍ତ ତହସିଲଦାର ସନ୍ତୋଷ ପାଣିଗ୍ରାହୀ, ଥାନାଧିକାରୀ ବିଜୟକେତନ ବେହେରା, ଏଏସ୍‌ଆଇ କୃଷ୍ଣଚନ୍ଦ୍ର ବେହେରା, ଆରଆଇ ଶ୍ୟାମସୁନ୍ଦର ପୂର୍ତ୍ତି, ତହସିଲ ସୁପରଭାଇଜର ମୋନାଲିସା ବରାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri