ପରଜଙ୍ଗ, ୨୬ା୧୨(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରେ ବସ୍ଷ୍ଟାଣ୍ଡ ନିର୍ମାଣ ଲାଗି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ପୂର୍ବରୁ ଏଥିଲାଗି ନୋଟିସ୍ ଜାରି କରାଯାଇଥିବାବେଳେ ଶନିବାର ବିଧିବଦ୍ଧ ଭାବେ ଦୋକାନ ଭଙ୍ଗାଯାଇଛି। ତେବେ କ୍ଲବ ନାମରେ ଚାଲିଥିବା ଦୁଇମହଲା ବିଶିଷ୍ଟ ଏକ ବଡ଼ ଦୋକାନକୁ ଉଚ୍ଛେଦରୁ ବାଦ୍ ଦେବାକୁ ପ୍ରଶାସନ ମସୁଧା କରୁଥିବା ବ୍ୟବସାୟୀମାନେ ଅଭିଯୋଗ କରିଥିଲେ। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଦୀର୍ଘ ୪ ଘଣ୍ଟାର ବୁଝାଶୁଝା ପରେ ଦୋକାନ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଥିଲା।
ପରଜଙ୍ଗର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ମୁଖ୍ୟ ବଜାରର ଗୋଟିଏ ପାର୍ଶ୍ୱରେ ନୂତନ ବସ୍ଷ୍ଟାଣ୍ଡ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ୨୪ ତାରିଖ ସୁଦ୍ଧା ଦୋକାନ ଘର ଖାଲି କରିବାକୁ ପ୍ରଶାସନ ପକ୍ଷରୁ ନୋଟିସ୍ ଜାରି କରାଯାଇଥିଲା। ସରକାରୀ ଛୁଟି ସତ୍ତ୍ୱେ ତହସିଲଦାର ଖଗେଶ୍ୱର ପାତ୍ରଙ୍କ ନେତୃତ୍ୱରେ ଅତିରିକ୍ତ ତହସିଲଦାର ସଞ୍ଜୟ ମାଝି, କାମାକ୍ଷାନଗର ଆଇଆଇସି ସୁନୀଲ କୁମାର କର, ପରଜଙ୍ଗ ଥାନାର ପୋଲିସ ଫୋର୍ସ ଶନିବାର ସକାଳେ ବଜାର ଭାଙ୍ଗିବା ପାଇଁ ଜେସିବି ନେଇ ଆସିଥିଲେ। ଅନ୍ୟ ସମସ୍ତ ଦୋକାନୀ ପୂର୍ବରୁ ସାମଗ୍ରୀ ଖାଲି କରିଦେଇଥିବାବେଳେ କ୍ଲବ ନାମରେ ଚାଲିଥିବା ଦୋକାନର ଜିନିଷ ଖାଲି କରି କରାଯାଇ ନ ଥିଲା। ଉକ୍ତ ଦୋକାନକୁ ଉଚ୍ଛେଦ ପ୍ରକ୍ରିୟାରୁ ବାଦ୍ ଦେବାକୁ ପ୍ରଶାସନ ମସୁଧା କରୁଥିବା ଅନ୍ୟ ବ୍ୟବସାୟୀମାନେ ଅଭିଯୋଗ ଆଣିଥିଲେ। ଫଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଦୀର୍ଘ ୪ଘଣ୍ଟା ଧରି ବୁଝାଶୁଝା କରିବା ପରେ ସମ୍ପୃକ୍ତ ଦୋକାନୀ ସାମଗ୍ରୀ ବାହାର କରିଥିଲେ। ଏହାପରେ ଦୋକାନ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଥିଲା। କ୍ଲବର ଅବଶିଷ୍ଟ ଅଂଶ ରବିବାର ଭଙ୍ଗା ନ ଗଲେ ରାସ୍ତାରୋକୋ କରାଯିବ ବୋଲି ବ୍ୟବସାୟୀମାନେ ଚେତାବନୀ ଦେଇଛନ୍ତି।
ଅନ୍ୟପଟେ ଉଚ୍ଛେଦ ପରେ ୩୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ପରିବାର ରୋଜଗାର ହରାଇଛନ୍ତି। ତୁରନ୍ତ ସେମାନଙ୍କୁ ଥଇଥାନ ନ କଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସ୍ଥାନୀୟ ବଣିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

