ପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନ

ଇସଲାମାବାଦ୍‌, ୭।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସ୍ଥିତି ଏବେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ନୀଲମ୍‌ ଏବଂ ଝେଲମ୍‌ ନଦୀ ଉପରେ ଚାଇନା କମ୍ପାନୀ ଦ୍ୱାରା ନିର୍ମିତ ହେଉଥିବା ଜଳବିଦ୍ୟୁତ୍‌ ଯୋଜନାକୁ ଲୋକେ ବିରୋଧ କରିଛନ୍ତି। ଏନେଇ ପ୍ରଦର୍ଶନ ଜାରି ରହିଛି। ଏହି ଜଳ ବିଦ୍ୟୁତ୍‌ ଯୋଜନା ଦ୍ୱାରା ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବ ବୋଲି ଲୋକେ କହିଛନ୍ତି। ମୁଜାଫରବାଦ୍‌ରେ ଏହା ବିରୋଧରେ ଲୋକେ ଏକଜୁଟ ହୋଇଛନ୍ତି। ଖୋହାଲାଠାରେ ୨୪୦ କୋଟି ଡଲାର ବ୍ୟୟରେ ୧,୧୨୪ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ଜଳ ବିଦ୍ୟୁତ୍‌ ପ୍ରକଳ୍ପର ନିର୍ମାଣ ଚାଇନାର ଥ୍ରୀ ଗୋର୍ଜେସ୍‌ କର୍ପୋରେଶନ ପକ୍ଷରୁ କରାଯାଉଛି। ଏହି ଜଳ ବିଦ୍ୟୁତ୍‌ ଯୋଜନା ଚାଇନା-ପାକିସ୍ତାନ ଇକୋନୋମିକ୍‌ କରିଡୋରର ଅଂଶ ବିଶେଷ ବୋଲି କୁହାଯାଉଛି। ଖୋହାଲା ଜଳ ବିଦ୍ୟୁତ୍‌ ଯୋଜନା ବେଆଇନ ଭାବେ କରାଯାଉଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ଅଞ୍ଚଳ ବିବାଦୀୟ ହୋଇଥିବାବେଳେ ଚାଇନା-ପାକିସ୍ତାନ କେଉଁ ଆଇନର ପ୍ରୟୋଗ କରି ଏଭଳି କରୁଛନ୍ତି, ଏନେଇ ପ୍ରଶ୍ନ ଉଠିଛି। ପୂର୍ବରୁ ୨୦୧୮ରେ ଏହି ଜଳ ବିଦ୍ୟୁତ୍‌ ଯୋଜନା ଲାଗି ପ୍ରସ୍ତୁତ ହୋଇଥିବା ୨୦ କିମି ଲମ୍ବ କେନାଲ ଡିଜାଇନିଂକୁ ଲୋକେ ବିରୋଧ କରିଥିଲେ। ଏହି କେନାଲ ମୁଜାଫରବାଦ୍‌ ମଧ୍ୟ ଦେଇ ପ୍ରବାହିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri