Posted inଜାତୀୟ

ପ୍ରଦର୍ଶନର ବି ରହିଛି ସୀମା: ଶାହିନ୍‌ ବାଗ ପୁନର୍ବିଚାର ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୩।୨: ଶାହିନ୍‌ ବାଗ୍‌ରେ ନାଗରିକତା ସଂଶୋଧନ ଆଇନ ନେଇ ପ୍ରଦର୍ଶନ ଜାରି ରହିଥିଲା। କରୋନା ମହାମାରୀ ସଂକ୍ରମଣକୁ ନେଇ ଧାରଣା ଦେଇଥିବା ଲୋକଙ୍କୁ ଏଠାରୁ ହଟାଯାଇଥିଲା। ଏହାଦ୍ୱାରା ବାକ୍‌ ସ୍ବାଧୀନତାର ଉଲ୍ଲଂଘନ ହେଉଥିବା ନେଇ ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିଲା। ଏହାର ବିଚାର କରି କୋର୍ଟ କହିଛନ୍ତି ଯେ, ପ୍ରଦର୍ଶନ ଗଣତନ୍ତ୍ରର ଅଂଶବିଶେଷ। ତେବେ ବି ଏହାର ଏକ ସୀମା ରହିଛି। ଯେକୌଣସି ସ୍ଥାନରେ ଲୋକେ ନିଜ ଇଛା ଅନୁସାରେ ପ୍ରଦର୍ଶନ କରି ପାରିବେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ବିଚାରପତି ଏସ୍‌.କେ, କାଉଲ୍‌, ଅନିରୁଦ୍ଧ ବୋଷ ଏବଂ କ୍ରିଷ୍ଣା ମୁରାରିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ଏହାକୁ ଖାରଜ କରିଛନ୍ତି। ଏନେଇ ୧୨ ଜଣ ଆବେଦନକାରୀ ୨୦୨୦ ଅକ୍ଟୋବରରେ ଏକ ପିଟିଶନ ଦାଖଲ କରିଥିଲେ। କୋର୍ଟଙ୍କ ପକ୍ଷରୁ ଶାହିନ୍‌ ବାଗ୍‌ ଧାରଣାକୁ ନ୍ୟାୟସଙ୍ଗତ ନୁହେଁ ବୋଲି କୁହାଯିବା ପରେ ଏହା ବିରୋଧରେ ପିଟିଶନ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri