ପିଣ୍ଡି ହଟାଇବା ଦାବିରେ ତହସିଲ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୧୫।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧିନସ୍ଥ ହରିରାଜପୁର ମୌଜାରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ ଏକ ଗୋଚର ଜମିରେ ଥିବା ପିଣ୍ଡି ହଟାଇବାକୁ ଉପଜିଲାପାଳ ଆଦେଶ ଦେଇଥିଲେ। ତେବେ ତହସିଲ ପକ୍ଷରୁ ଏହାକୁ ହଟାଯାଇ ନ ଥିଲା। ଏହାର ପ୍ରତିବାଦରେ ବୁଧବାର ସମ୍ପୃକ୍ତ ପରିବାର ସଦସ୍ୟମାନେ ତହସିଲ ସମ୍ମୁଖରେ ଧାରଣା ଦେଇଛନ୍ତି।

ସୂଚନାନୁଯାୟୀ, ହରିରାଜପୁର ଗ୍ରାମର ଦିଲୀପ କୁମାର ମଲ୍ଲିକ ନିଜ ପୁଅ କାନୁ ମଲ୍ଲିକ ନାମରେ ମିଳିଥିବା ପ୍ରଧାନ ମନ୍ତ୍ରୀ ଆବାସ ଘର କରି ପରିବାର ସହ ରହୁଥିଲେ । ଗ୍ରାମର କିଛି ଲୋକେ ତାଙ୍କ ଘର ସମ୍ମୁଖରେ ଥିବା ଗୋଚର କିସମ ଜମିରେ ଏକ ପିଣ୍ଡି କରିଥିଲେ । ଏ ନେଇ ଦିଲୀପଙ୍କ ପରିବାର ପକ୍ଷରୁ ଆରଡିସି, ଜିଲାପାଳ, ଉପଜିଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଉପଜିଲାପାଳ ଆଇନ୍‌ ଅନୁଯାୟୀ କଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦେଶ ଦେଇଥିଲେ। ତହସିଲ ପକ୍ଷରୁ ସମ୍ପୃକ୍ତ ସ୍ଥାନରୁ ଜବର ଦଖଲ ପିଣ୍ଡି ହଟାଇବାକୁ ସର୍ବସାଧାରଣ ନୋଟିସ ହୋଇଥିଲା । କିନ୍ତୁ ଏପଯ୍ୟନ୍ତ ଅବରୋଧ ନ ହଟିବାରୁ ବୁଧବାର ଦିଲୀପ ନିଜ ପରିବାର ସଦସ୍ୟଙ୍କ ସହ ଧାରଣା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri