ନ୍ୟାୟ ଦାବିରେ ସିଏମ୍‌ସି ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ, ୮ା୨: ଅନ୍ଦରପୁର ଅଞ୍ଚଳରେ ବସ୍ତି ଓ ଉନ୍ନୟନ ଆବାସ ଯୋଜନାରେ ଘର ଯୋଗାଇଦେବା ନାମରେ ଠକାମିର ଶିକାର ହୋଇଥିବା ଲୋକମାନେ ସୋମବାର ସିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଉକ୍ତ କ୍ୱାର୍ଟର୍ସରେ ଥିବା ଘରଗୁଡିକ ପଡିଥିବା ତାଲା ଚାବି ରାଜା କରଣଙ୍କ ପାଖକୁ ଆସିଲା କିପରି, ନୋଟାରୀ ସମ୍ପୃକ୍ତି ନେଇ ଠିକ ତଦନ୍ତ କରିବା ସହ ଯେଉଁ ପର୍ଯ୍ୟନ୍ତ ବାସିବାସିନ୍ଦାଙ୍କ କୌଣସି ସୁବିଧା ହୋଇ ନାହଁି କି କେସର ସମାପ୍ତି ହୋଇନାହିଁ ସେପର୍ଯ୍ୟନ୍ତ ସେମାନଙ୍କୁ ସେଠାରେ ରହିବାକୁ ଅନୁମତି ପ୍ରଦାନ କରାଯାଉ, ଏହାପରେ ସେମାନଙ୍କ ପାଇଁ ସିଏମ୍‌ସି ପକ୍ଷରୁ ଥଇଥାନ ବ୍ୟବସ୍ଥା କରାଯାଉ ଏବଂ ଏଥିରେ ସମ୍ପୃକ୍ତ ଥିବା ସମସ୍ତ ବ୍ୟକ୍ତିଙ୍କୁ ଦଣ୍ଡ ପ୍ରଦାନ କରାଯାଉ ବୋଲି ବସ୍ତିବାସିନ୍ଦା ଦାବି କରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ କଟକ ନଗର ଜିଲା କଂଗ୍ରେସ କମିଟି କର୍ମକର୍ତ୍ତାମାନେ ସୋମବାର ସିଏମ୍‌ସି ଯୁଗ୍ମ କମିଶନର ସୁମିତା ସରକାରଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ ପାଇଁ ଦାବି କରିଛନ୍ତି। ନହେଲେ ବ୍ୟାପକ ଗଣ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି ।
ଅପରପକ୍ଷେ ଏହି ମାମଲାରେ ଗିରଫ ହୋଇଥିବା ରାଜା କରଣଙ୍କୁ ୩ଦିନରେ ରିମାଣ୍ଡରେ ଆଣି ଅଧିକ ପଚରାଉଚରା ଜାରି ରଖିଛି ପୋଲିସ। ସୋମବାର ରାଜାଙ୍କ ଛାତିରେ ଯନ୍ତ୍ରଣା ହେବା କାରଣରୁ ଏସ୍‌ସିବିରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ବୋଲି ଅମରେନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ସୂଚନାଥାଉ କି ଏପର୍ଯ୍ୟନ୍ତ ରାଜା ନଁାରେ ୪ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri