ନ୍ୟାୟ ଦାବିରେ ସିଏମ୍‌ସି ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ, ୮ା୨: ଅନ୍ଦରପୁର ଅଞ୍ଚଳରେ ବସ୍ତି ଓ ଉନ୍ନୟନ ଆବାସ ଯୋଜନାରେ ଘର ଯୋଗାଇଦେବା ନାମରେ ଠକାମିର ଶିକାର ହୋଇଥିବା ଲୋକମାନେ ସୋମବାର ସିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଉକ୍ତ କ୍ୱାର୍ଟର୍ସରେ ଥିବା ଘରଗୁଡିକ ପଡିଥିବା ତାଲା ଚାବି ରାଜା କରଣଙ୍କ ପାଖକୁ ଆସିଲା କିପରି, ନୋଟାରୀ ସମ୍ପୃକ୍ତି ନେଇ ଠିକ ତଦନ୍ତ କରିବା ସହ ଯେଉଁ ପର୍ଯ୍ୟନ୍ତ ବାସିବାସିନ୍ଦାଙ୍କ କୌଣସି ସୁବିଧା ହୋଇ ନାହଁି କି କେସର ସମାପ୍ତି ହୋଇନାହିଁ ସେପର୍ଯ୍ୟନ୍ତ ସେମାନଙ୍କୁ ସେଠାରେ ରହିବାକୁ ଅନୁମତି ପ୍ରଦାନ କରାଯାଉ, ଏହାପରେ ସେମାନଙ୍କ ପାଇଁ ସିଏମ୍‌ସି ପକ୍ଷରୁ ଥଇଥାନ ବ୍ୟବସ୍ଥା କରାଯାଉ ଏବଂ ଏଥିରେ ସମ୍ପୃକ୍ତ ଥିବା ସମସ୍ତ ବ୍ୟକ୍ତିଙ୍କୁ ଦଣ୍ଡ ପ୍ରଦାନ କରାଯାଉ ବୋଲି ବସ୍ତିବାସିନ୍ଦା ଦାବି କରିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ କଟକ ନଗର ଜିଲା କଂଗ୍ରେସ କମିଟି କର୍ମକର୍ତ୍ତାମାନେ ସୋମବାର ସିଏମ୍‌ସି ଯୁଗ୍ମ କମିଶନର ସୁମିତା ସରକାରଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ ପାଇଁ ଦାବି କରିଛନ୍ତି। ନହେଲେ ବ୍ୟାପକ ଗଣ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି ।
ଅପରପକ୍ଷେ ଏହି ମାମଲାରେ ଗିରଫ ହୋଇଥିବା ରାଜା କରଣଙ୍କୁ ୩ଦିନରେ ରିମାଣ୍ଡରେ ଆଣି ଅଧିକ ପଚରାଉଚରା ଜାରି ରଖିଛି ପୋଲିସ। ସୋମବାର ରାଜାଙ୍କ ଛାତିରେ ଯନ୍ତ୍ରଣା ହେବା କାରଣରୁ ଏସ୍‌ସିବିରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ବୋଲି ଅମରେନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ସୂଚନାଥାଉ କି ଏପର୍ଯ୍ୟନ୍ତ ରାଜା ନଁାରେ ୪ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri