ଘନ ଘନ ବଦ୍ୟୁତ କାଟ୍‌ ପ୍ରତିବାଦରେ ଦେବଗଡ ଜିଲା କଂଗ୍ରେସର ବିକ୍ଷୋଭ

ଦେବଗଡ,୨୮।୬(ଶଶାଙ୍କ ଶେଖର ଝାଙ୍କର): ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘନଘନ ବିଦ୍ୟୁତ କାଟ ଯୋଗୁଁ ଦେବଗଡ ଜିଲାବାସୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖିନ ହୋଇଥିବା ବେଳେ ବର୍ଷା ଦିନ ଆରମ୍ଭରେ ପୁଣି ଏହାର ପୁନରାବୃତ୍ତି ଘଟିଛି। ସାମାନ୍ୟ ପବନ କିମ୍ବା ବର୍ଷା ହେଲେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ କାଟ କରାଯାଉଛି । ଏପରିକି ଦାୟିତ୍ୱହୀନ ଟିପିଡବ୍ଲୁଓଡିଏଲ ର୍କତ୍ତୃପକ୍ଷ ବିନା ବର୍ଷା ପବନରେ ମଧ୍ୟ ସମଗ୍ର ଜିଲାରେ ବିଦ୍ୟୁତ କାଟ କରିବାକୁ ପଛାଉ ନ ଥିବା ବେଳେ ଲୋ ଭୋଲଟେଜ ସମସ୍ୟା ଏବଂ ଦେୟ ବୃଦ୍ଧି ଜିଲାବାସୀଙ୍କୁ ଚିନ୍ତାରେ ପକାଇଛି ।

ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହି ସମସ୍ୟା ପ୍ରତି ସମ୍ପୂର୍ଣ୍ଣ ଭାବେ ଆଖି ବୁଜି ଦେଇଛନ୍ତି ବୋଲି ଆଜି ଦେବଗଡ ଜିଲା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି । ଏଥିସହ ଟିପିଡବ୍ଲୁଓଡିଏଲର ଏଭଳି ମନମାନୀ ବରୋଧରେ ଜିଲା କଂଗ୍ରେସ ପକ୍ଷରୁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମୁହ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମଙ୍ଗଳବାର ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତା ଓ କର୍ମୀ ବିଭିନ୍ନ ସରକାର ବିରୋଧୀ ସ୍ଲୋଗାନ ଦେଇ ସ୍ଥାନୀୟ ଟିପିଡବ୍ଲୁଓଡିଏଲ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିି ସମୁହ ଧାରଣାରେ ବସିଥିଲେ । ଏଥିସହ ଟିପିଡବ୍ଲୁଓଡିଏଲ କର୍ତ୍ତୃପକ୍ଷ ଯଦି ଯଦି ଏଭଳି ଆଚରଣରୁ କ୍ଷାନ୍ତ ନ ହୁଅନ୍ତି ତେବେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?