ୟୁକ୍ରେନ ସଙ୍କଟକୁ ନେଇ ହ୍ୱାଇଟ ହାଉସ ବାହାରେ ପ୍ରଦର୍ଶନ

ୱାଶିଂଟନ,୨୫ ।୨: ବେଳକୁ ବେଳ ଗମ୍ଭିର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଦ୍ୱିତୀୟ ଦିନରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରିଛି । ଏହାକୁ ବିରୋଧ କରି ଆମେରିକାରେ ବିରୋଧ ପ୍ରଦର୍ଶନ କରାଯାଇଛି । ରୁଷିଅ-ୟୁକ୍ରେନ ସଙ୍କଟକୁ ନେଇ ହ୍ୱାଇଟ ହାଉସ ବାହାରେ ବିରୋଧ ପ୍ରଦର୍ଶନ କରାଯାଇଛି । ପ୍ରଦର୍ଶନକାରୀ ୟୁକ୍ରେନକୁ ଆମେରିକା ସହଯୋଗ କରୁବୋଲି ସ୍ଲାଗାନ ଦେବା ସହ ଯୁଦ୍ଧକୁ ଯେତେ ସମ୍ଭବ ଶୀଘ୍ର ବନ୍ଦ କରିବାକୁ ଅପିଲ କରିଛନ୍ତି । ଏହି ସମସ୍ୟା ଉପରେ ଆମେରିକା ହସ୍ତକ୍ଷେପ କରିବାକୁ ପ୍ରଦର୍ଶନକାରୀମାନେ ଗୁହାରି କରିଛନ୍ତି । ଏମିତିକି କେତେଜଣ ପ୍ରଦର୍ଶନକାରୀ ଗଣମାଧ୍ୟମ ସାମ୍ନାରେ କାନ୍ଦୁଥିବା ଦେଖାଯାଇଛି । ୟୁକ୍ରେନରେ ସେମାନଙ୍କର ପ୍ରିୟ ପରିଜନ ଫସି ରହିଥିବା ବେଳେ ସେମାନଙ୍କ ସୁରକ୍ଷା ପାଇଁ ପ୍ରଦର୍ଶନକାରୀମାନେ ଗୁହାରି କରିଛନ୍ତି । ଲାଫାୟେଟ ସ୍କୋୟାର ପାର୍କ ନିକଟରେ ଶହ ଶହ ପ୍ରଦର୍ଶନକାରୀଙ୍କୁ ଦେଖିବାକୁ ମିଳିଛି । ତେବେ ରୁଷିଆ-ୟୁକ୍ରେନ୍ ଯୁଦ୍ଧର ପ୍ରଭାବ ସାରା ବିଶ୍ୱରେ ପଡିବାକୁ ଯାଉଥିବା ବେଳେ ଏବେ ଏହି ସମସ୍ୟାକୁ ନେଇ ସାରା ବିଶ୍ୱ ଚିନ୍ତିତ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri