ଗଜପତିରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୪୨କୁ ବୃଦ୍ଧି: ମାସକରେ ଗଲାଣି ୭ ଜୀବନ

ପାରଳାଖେମୁଣ୍ଡି,୧୬ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିଚାଲିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ ଜିଲାରେ ୪୨ ରୋଗୀ ଚିହ୍ନଟ ହୋଇଛନ୍ତି। ହେଲେ ବେସରକାରୀ ଭାବେ ଏହି ସଂଖ୍ୟା ତିନି ଗୁଣ ହେବ। ଅନ୍ୟପକ୍ଷେ ମାସକ ମଧ୍ୟରେ ୭ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛିି। ରୋଗୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି। ଏନେଇ ଜନସାଧାରଣ ପରିମଳ ବ୍ୟବସ୍ଥାକୁ ଦାୟୀ କରିଛନ୍ତି।

ଜିଲାର ଆଭ୍ୟନ୍ତରୀଣ ଗାଁଗୁଡିକରେ ପରିମଳ ବ୍ୟବସ୍ଥା ନ କହିବା ଭଲ ଏମିତିକି ସଦରମହକୁମା ପାରଳାଖେମୁଣ୍ଡି ପୌରପାଳିକାରେ ମଧ୍ୟ ପରିମଳ ବ୍ୟବସ୍ଥା ଦେଖିଲେ ସ୍ପଷ୍ଟ ଅନୁମାନ କରାଯାଇପାରେ ଏଠାରେ ଡେଙ୍ଗୁ ନିରାକରଣ ବଦଳରେ ଡେଙ୍ଗୁକୁ ପ୍ରଶ୍ରୟ ଦେଲାଭଳି ମନେ ହେଉଛି। ଯେଉଁଠି ଉନ୍ନୟନ ମୂଳକ କାମ ବର୍ଷା ଦିନ ପୂର୍ବରୁ ସରିବା ବଦଳରେ ସହରର ବିଭିନ୍ନ ସ୍ଥାନରେ ଖାଲକମା କରି ଛାଡି ଦିଆଯାଇଛି । ବର୍ଷାଦିନ ହେତୁ ସ୍ଥାନେସ୍ଥାନେ ପାଣି ଜମି ରହୁଛି। ଯେଉଁଠି ଦେଖ ସେଇଠି କୁଢ କୁଢ଼ ଅଳିଆ ଯାହା ମଶାଙ୍କ ବଂଶ ବିସ୍ତାରରେ ସହାୟକ ହେଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସେଭଳି କୌଣସି ବ୍ୟବସ୍ଥା ନାହିଁ । ଫଳରେ ରୋଗୀ ଆନ୍ଧ୍ରପ୍ରଦେଶ ନଚେତ ବ୍ରହ୍ମପୁର ଯିବାକୁ ବାଧ୍ୟ ହେଉଛନ୍ତି । ରୋଗୀ ଗୁରୁତର ହେବାପରେ ବାହାରକୁ ଯାଉଛନ୍ତି ତେଣୁ ଏହାର ତୁରନ୍ତ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।

ସ୍ବାସ୍ଥ୍ୟ ବିଭାଗର କହିବାନୁସାରେ, ବର୍ତ୍ତମାନ ଯାଏ ୪୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁର ନିରାକରଣ ପାଇଁ ଘରଘର ବୁଲି ସଚେତନ କରାଯାଉଛି। ଏଥିସହ ଏଡିସ ମସା ବ୍ରିଡିଂ ନଷ୍ଟ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପି କେ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri