ଗଜପତିରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୪୨କୁ ବୃଦ୍ଧି: ମାସକରେ ଗଲାଣି ୭ ଜୀବନ

ପାରଳାଖେମୁଣ୍ଡି,୧୬ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିଚାଲିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ ଜିଲାରେ ୪୨ ରୋଗୀ ଚିହ୍ନଟ ହୋଇଛନ୍ତି। ହେଲେ ବେସରକାରୀ ଭାବେ ଏହି ସଂଖ୍ୟା ତିନି ଗୁଣ ହେବ। ଅନ୍ୟପକ୍ଷେ ମାସକ ମଧ୍ୟରେ ୭ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛିି। ରୋଗୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି। ଏନେଇ ଜନସାଧାରଣ ପରିମଳ ବ୍ୟବସ୍ଥାକୁ ଦାୟୀ କରିଛନ୍ତି।

ଜିଲାର ଆଭ୍ୟନ୍ତରୀଣ ଗାଁଗୁଡିକରେ ପରିମଳ ବ୍ୟବସ୍ଥା ନ କହିବା ଭଲ ଏମିତିକି ସଦରମହକୁମା ପାରଳାଖେମୁଣ୍ଡି ପୌରପାଳିକାରେ ମଧ୍ୟ ପରିମଳ ବ୍ୟବସ୍ଥା ଦେଖିଲେ ସ୍ପଷ୍ଟ ଅନୁମାନ କରାଯାଇପାରେ ଏଠାରେ ଡେଙ୍ଗୁ ନିରାକରଣ ବଦଳରେ ଡେଙ୍ଗୁକୁ ପ୍ରଶ୍ରୟ ଦେଲାଭଳି ମନେ ହେଉଛି। ଯେଉଁଠି ଉନ୍ନୟନ ମୂଳକ କାମ ବର୍ଷା ଦିନ ପୂର୍ବରୁ ସରିବା ବଦଳରେ ସହରର ବିଭିନ୍ନ ସ୍ଥାନରେ ଖାଲକମା କରି ଛାଡି ଦିଆଯାଇଛି । ବର୍ଷାଦିନ ହେତୁ ସ୍ଥାନେସ୍ଥାନେ ପାଣି ଜମି ରହୁଛି। ଯେଉଁଠି ଦେଖ ସେଇଠି କୁଢ କୁଢ଼ ଅଳିଆ ଯାହା ମଶାଙ୍କ ବଂଶ ବିସ୍ତାରରେ ସହାୟକ ହେଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସେଭଳି କୌଣସି ବ୍ୟବସ୍ଥା ନାହିଁ । ଫଳରେ ରୋଗୀ ଆନ୍ଧ୍ରପ୍ରଦେଶ ନଚେତ ବ୍ରହ୍ମପୁର ଯିବାକୁ ବାଧ୍ୟ ହେଉଛନ୍ତି । ରୋଗୀ ଗୁରୁତର ହେବାପରେ ବାହାରକୁ ଯାଉଛନ୍ତି ତେଣୁ ଏହାର ତୁରନ୍ତ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।

ସ୍ବାସ୍ଥ୍ୟ ବିଭାଗର କହିବାନୁସାରେ, ବର୍ତ୍ତମାନ ଯାଏ ୪୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁର ନିରାକରଣ ପାଇଁ ଘରଘର ବୁଲି ସଚେତନ କରାଯାଉଛି। ଏଥିସହ ଏଡିସ ମସା ବ୍ରିଡିଂ ନଷ୍ଟ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପି କେ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri