ପାକିସ୍ତାନ ରାୱଲପିଣ୍ଡିରେ ବଢୁଥିବା ଡେଙ୍ଗୁକୁ ଦେଖି ଘୋଷଣା ହେଲା ହେଲ୍‌ଥ ଏମରଜେନ୍ସି

ପଞ୍ଜାବ,୯ ।୮: ପାକିସ୍ତାନର ରାୱଲିଣ୍ଡିରେ ବେଳକୁ ବେଳ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ରାୱଲପିଣ୍ଡି ଜିଲାକୁ ସର୍ବାଧିକ ସମ୍ବେଦନଶୀଳ ଅଞ୍ଚଳ ବୋଲି ଘୋଷଣା କରିଛନ୍ତି । ଦ ଏକ୍ସପ୍ରେସ୍ ଟ୍ରିବ୍ୟୁନର ସୂଚନା ଅନୁଯାୟୀ, ପଞ୍ଜାବ ସ୍ୱାସ୍ଥ୍ୟ ବିଭାଗ ଲାହୋର ଜିଲାକୁ ବି ସବୁଠାରୁ ଅଧିକ ସମ୍ବେଦନଶୀଳ ବୋଲି ଘୋଷଣା କରିଛନ୍ତି ।
ସ୍ଥିତି ଉପରେ ନିୟନ୍ତ୍ରଣ ପାଇଁ ଜିଲାରେ ୧,୦୦୦ରୁ ଅଧିକ ଟିମ ଗଠନ କରାଯାଇଛି । ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧ ରହିଛି । ଏମାନଙ୍କ ମଧ୍ୟରୁ ୨୯ ଜଣଙ୍କ ନିକଟରେ ଡେଙ୍ଗୁ ଭାଇରସ ଥିବା ଜଣାପଡିଛି । ଜିଲା ପ୍ରଶାସନର ଅଧିକାରୀମାନେ କହିଛନ୍ତି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଅଧିକାରୀମାନେ ଆହୁରି ସୂଚନା ଦେଇଛନ୍ତି କି କହୁତା ଓ ଚକ ଜଲାଲଦିନ ଅଞ୍ଚଳରେ ସବୁଠାରୁ ଅଧିକ ଡେଙ୍ଗୁ ଆକ୍ରାନ୍ତ ରହିଛନ୍ତି । ଏହା ବ୍ୟତୀତ ସହର ଭିତର ଭାଗରେ ଛାୱନୀ ଅଞ୍ଚଳରେ ଥିବା ଗଳିକନ୍ଦିରେ ଲଗାତାର ବହୁ ପରିମାଣରେ ଡେଙ୍ଗୁ ଲାର୍ଭା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri