ଭୁବନେଶ୍ୱରରେ ୧୦୦ ପାର୍‌ କଲା ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର, ୧୭ା୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୧୦୦ ପାର୍‌ କରିଛି। ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଆଉ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ୧୬ ତାରିଖ ସୁଦ୍ଧା ସହରରୁ ମୋଟ୍‌ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନେଇ ହସ୍ପିଟାଲ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଦୈନିକ ହସ୍ପିଟାଲକୁ ୨୦୦ରୁ ୩୦୦ ଥଣ୍ଡା ଜ୍ବର ରୋଗୀ ଆସୁଛନ୍ତି, ଏବଂ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ରୋଗୀଙ୍କ ମଧ୍ୟରେ ଡେଙ୍ଗୁ ଲକ୍ଷଣ ରହୁଥିବା ସେ କହିଛନ୍ତି।
ଜାନୁଆରୀରୁ ଜୁଲାଇ ୧୫ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ପ୍ରାୟ ୩୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଟେଷ୍ଟିଂ ସମୟରେ ଯୋଗାଯୋଗ ନମ୍ବର ଓ ଠିକଣା ଭୁଲ୍‌ ଦେବା ଫଳରେ ଶତାଧିକ ରୋଗୀଙ୍କୁ ଚିହ୍ନଟ କରିବା ସମ୍ଭବପର ହେଉନାହିଁ। ତେଣୁ ଏଥିପ୍ରତି ବିଶେଷ ଭାବେ ଧ୍ୟାନ ଦେବା ଲାଗି ମଙ୍ଗଳବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଆୟୋଜିତ ଏକ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାଦିନ ଆରମ୍ଭ ହେବା ପରେ ସହରରେ ମଶା ଉତ୍ପତ୍ତି ସ୍ଥଳ ଖୋଜିବା ସହ ଏହାକୁ ନଷ୍ଟ କରିବା ସହ ବୁସ କଟିଂ, ମଶା ତେଲ ସିଞ୍ଚନ ଆଦି କାର୍ଯ୍ୟ ଆରମ୍ଭ ହୋଇଛି। ଜୁଲାଇ ୨୦ରୁ ସହରରେ ଫଗିଂ ଆରମ୍ଭ ହେବ ବୋଲି ଅନୁଷ୍ଠିତ ବୈଠକରେ ବିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଦୀପକ ବିଷୋୟୀ କହିଛନ୍ତି। ଡେଙ୍ଗୁରୁ ରକ୍ଷା ପାଇବା ପାଇଁ ପ୍ରତ୍ୟେକ ୭ଦିନରେ ଥରେ ଘର ଆଖପାଖ ସଫା ରଖିବାକୁ ବିଏମସି ସ୍ବାସ୍ଥ୍ୟ ଅଧିକାରୀ ପରାମର୍ଶ ଦେଇଛନ୍ତି। ବିଶେଷକରି ସଫା ପାଣି ଯେଉଁଠି ଜମିଥିବା ଜାଗାକୁ ସଫା କରିବାକୁ କହିଛନ୍ତି। ତେବେ ବାହାରୁ ଆସି ଭୁବନେଶ୍ବରରେ ଚିହ୍ନଟ ହେଉଥିବା ମାମଲା ଉଭୟ ଜିଲା ପ୍ରଶାସନ ଓ ବିଏମ୍‌ସି ଲାଗି ଚିନ୍ତାର କାରଣ ପାଲଟିଥିବା ବିଏମ୍‌ସିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri