ଭୁବନେଶ୍ୱରରେ ୧୦୦ ପାର୍‌ କଲା ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର, ୧୭ା୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୧୦୦ ପାର୍‌ କରିଛି। ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଆଉ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ୧୬ ତାରିଖ ସୁଦ୍ଧା ସହରରୁ ମୋଟ୍‌ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନେଇ ହସ୍ପିଟାଲ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଦୈନିକ ହସ୍ପିଟାଲକୁ ୨୦୦ରୁ ୩୦୦ ଥଣ୍ଡା ଜ୍ବର ରୋଗୀ ଆସୁଛନ୍ତି, ଏବଂ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ରୋଗୀଙ୍କ ମଧ୍ୟରେ ଡେଙ୍ଗୁ ଲକ୍ଷଣ ରହୁଥିବା ସେ କହିଛନ୍ତି।
ଜାନୁଆରୀରୁ ଜୁଲାଇ ୧୫ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ପ୍ରାୟ ୩୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଟେଷ୍ଟିଂ ସମୟରେ ଯୋଗାଯୋଗ ନମ୍ବର ଓ ଠିକଣା ଭୁଲ୍‌ ଦେବା ଫଳରେ ଶତାଧିକ ରୋଗୀଙ୍କୁ ଚିହ୍ନଟ କରିବା ସମ୍ଭବପର ହେଉନାହିଁ। ତେଣୁ ଏଥିପ୍ରତି ବିଶେଷ ଭାବେ ଧ୍ୟାନ ଦେବା ଲାଗି ମଙ୍ଗଳବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଆୟୋଜିତ ଏକ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାଦିନ ଆରମ୍ଭ ହେବା ପରେ ସହରରେ ମଶା ଉତ୍ପତ୍ତି ସ୍ଥଳ ଖୋଜିବା ସହ ଏହାକୁ ନଷ୍ଟ କରିବା ସହ ବୁସ କଟିଂ, ମଶା ତେଲ ସିଞ୍ଚନ ଆଦି କାର୍ଯ୍ୟ ଆରମ୍ଭ ହୋଇଛି। ଜୁଲାଇ ୨୦ରୁ ସହରରେ ଫଗିଂ ଆରମ୍ଭ ହେବ ବୋଲି ଅନୁଷ୍ଠିତ ବୈଠକରେ ବିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଦୀପକ ବିଷୋୟୀ କହିଛନ୍ତି। ଡେଙ୍ଗୁରୁ ରକ୍ଷା ପାଇବା ପାଇଁ ପ୍ରତ୍ୟେକ ୭ଦିନରେ ଥରେ ଘର ଆଖପାଖ ସଫା ରଖିବାକୁ ବିଏମସି ସ୍ବାସ୍ଥ୍ୟ ଅଧିକାରୀ ପରାମର୍ଶ ଦେଇଛନ୍ତି। ବିଶେଷକରି ସଫା ପାଣି ଯେଉଁଠି ଜମିଥିବା ଜାଗାକୁ ସଫା କରିବାକୁ କହିଛନ୍ତି। ତେବେ ବାହାରୁ ଆସି ଭୁବନେଶ୍ବରରେ ଚିହ୍ନଟ ହେଉଥିବା ମାମଲା ଉଭୟ ଜିଲା ପ୍ରଶାସନ ଓ ବିଏମ୍‌ସି ଲାଗି ଚିନ୍ତାର କାରଣ ପାଲଟିଥିବା ବିଏମ୍‌ସିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?