ରାଜଧାନୀରେ ବଢ଼ିଚାଲିଛି ଡେଙ୍ଗୁ ଆତଙ୍କ

ଭୁବନେଶ୍ୱର,୨୧।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଡେଙ୍ଗୁ ଆତଙ୍କ ବଢ଼ିବାରେ ଲାଗିଛି। ଜୁନ ମାସରେ କେବଳ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଅନେକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବଢ଼ୁଥିବା ଡେଙ୍ଗୁକୁ ଦେଖି ବିଏମ୍‌ସି କମିଶନର ବିଜୟ ଅମୃତା କୁଳାଙ୍ଗେଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି । ଏଣିକି ଭୁବନେଶ୍ୱରରେ ସପ୍ତାହକୁ ଦୁଇଦିନ ଡ୍ରାଇ ଡେ’ ପାଳନ ହେବ । ଡ୍ରାଇ ଡେ’ ଅର୍ଥାତ ଅଫିସ ହେଉ କିମ୍ବା ଘରେ ସମ୍ଭାବ୍ୟ ମଶା ବଂଶ ବୃଦ୍ଧି ସ୍ଥାନ ଗୁଡ଼ିକୁ ସଫା କରାଯିବ। ଗୁରୁବାର ଓ ରବିବାର ଏହି ଡ୍ରାଇ ଡେ’ ହେବ ।