୪୦ ହଜାର ଜୀବନ ନେଉଛି ଡେଙ୍ଗୁ

ମେ’ ୧୬ରେ ଭାରତରେ ଜାତୀୟ ଡେଙ୍ଗୁ ଦିବସ ପାଳନ କରାଯାଇଥାଏ। ଡେଙ୍ଗୁ ଜ୍ୱର ସମ୍ପର୍କରେ ସଚେତନତା ସୃଷ୍ଟି ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏଡିସ୍‌ ପ୍ରଜାତିର ମଶା ଏଡିସ ଏଜିପ୍ଟି ଦ୍ୱାରା ଡେଙ୍ଗୁ ବ୍ୟାପିଥାଏ। ଶରୀରରେ ଡେଙ୍ଗୁ ଭୂତାଣୁ ପ୍ରବେଶ କରିବାର ୩ରୁ ୧୪ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ। ଜ୍ୱର, ମୁଣ୍ଡବିନ୍ଧା, ବାନ୍ତି ସହିତ ମାଂସପେଶୀ ଏବଂ ଆଣ୍ଠୁଗଣ୍ଠିରେ ପ୍ରବଳ ଯନ୍ତ୍ରଣା ହୁଏ। ଏହାର ଉପଯୁକ୍ତ ଚିକିତ୍ସା ନ କଲେ ଶେଷରେ ରୋଗୀର ମୃତ୍ୟୁ ଘଟିଥାଏ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଡେଙ୍ଗୁ ପୃଥିବୀର ୧୨୦ରୁ ଅଧିକ ଦେଶରେ ମହାମାରୀର ମାନ୍ୟତା ଲାଭ କରିଛି। ପ୍ରତିବର୍ଷ ପୃଥିବୀରେ ୩୯୦ ନିୟୁତ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥାନ୍ତି। ସେଥିମଧ୍ୟରୁ ୪୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥାଏ। ୧୬୩୫ରେ ପ୍ରଥମେ ଡେଙ୍ଗୁ ଜ୍ୱର ଓ୍ବେଷ୍ଟ୍‌ ଇଣ୍ଡିଜ୍‌ରେ ଦେଖାଦେଇଥିଲା। ୧୭୭୯-୮୦ରେ ଏହା ଏସିଆ, ଉତ୍ତରଆମେରିକା ଏବଂ ଆଫ୍ରିକାକୁ ବ୍ୟାପିଥିଲା। ୨୪୧ ବର୍ଷ ତଳେ ଡେଙ୍ଗୁ ଜ୍ୱର ସଂକ୍ରମଣ ଭାରତରେ ୧୭୮୦ ମସିହାରେ ପ୍ରଥମେ ଚେନ୍ନାଇଠାରେ ଦେଖାଦେଇଥିଲା। ୧୯୬୩-୬୪ରେ ଭାରତରେ ଡେଙ୍ଗୁ ଜ୍ୱର ମହାମାରୀ ରୂପ ନେଇ କୋଲକାତା ଏବଂ ଦେଶର ପୂର୍ବ ଉପକୂଳରେ ବହୁ ଲୋକଙ୍କୁ ଆକ୍ରାନ୍ତ କରିଥିଲା। ଏକ ସର୍ଭେ ଅନୁସାରେ ଏବି ବ୍ଲଡ୍‌ ଗ୍ରୁପ୍‌ର ବ୍ୟକ୍ତିଙ୍କୁ ଡେଙ୍ଗୁ ହେବାର ଆଶଙ୍କା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri