ଛାତ୍ରୀଛାତ୍ରଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଆଶଙ୍କା

ମାଲକାନଗିରି,୬।୮ (ଡି.ଏନ୍‌.ଏ.): ବର୍ତ୍ତମାନ କୋଭିଡ ମହାମାରୀ ରୂପେ ବୃଦ୍ଧି ପାଉଥିବା ବେଳେ ନୂତନ ମହାମାରୀ ରୂପେ ଦେଖାଦେଇଛି ମଙ୍କିପକ୍ସ। ଏହାକୁ ନେଇ ରାଜ୍ୟ ସରକାର ଓ ସ୍ବାସ୍ଥ୍ୟ ବିଭାଗ ଚିନ୍ତାରେ ପଡିଛନ୍ତି। ମାଲକାନଗିରି ଜିଲାରେ ବିଭିନ୍ନ ଅଞ୍ଚଳରେ ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ସଚେତନତା ସୃଷ୍ଟି କରୁଛି। ଜିଲା ସଦର ମହକୁମା ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬୮୦ ଜଣ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବଗିଡିବା ସ୍ଥିତିରେ ପହଞ୍ଚତ୍ଛି। ବିଦ୍ୟାଳୟ ପରିସରରେ ପୌର ପରିଷଦ ବର୍ଷା ଜଳ ସଂଗ୍ରହ ପାଇଁ ଗାତ ଖୋଳିଛି। ଜଳ ଯେପରି ଲିକ୍‌ ନ ହେବ ସେଥିପାଇଁ ସିମେଣ୍ଟ କଂକ୍ରିଟ କୁଣ୍ଡ ତିଆରି କରିଛି। ତେବେ ଏହା ଉପରେ ଜାଲି ଦେବା ନିୟମ ଥିଲେ ମଧ୍ୟ ଏହାକୁ ଅଣଦେଖା କରାରାଯାଉଛି। ନିୟମ ଅନୁଯାୟୀ କାର୍ଯ୍ୟ ହୋଇ ନ ଥିବାରୁ ଗାତର ବର୍ଷା ଜଳ ଉପରକୁ ଉଠି ବିଦ୍ୟାଳୟ ପରିସର ଜଳମଗ୍ନ ହେଉଛି। ବିଦ୍ୟାଳୟ ଛାତ୍ରାବାସରେ ରହୁଥିବା ୨୦୦ ଛାତ୍ରୀଛାତ୍ର ପାଇଖାନାକୁ ଯିବାକୁ ହେଲେ ପାଣି ଭିତରେ ପଶି ଯାତାୟାତ କରୁଛନ୍ତି। ବିଦ୍ୟାଳୟଟି ମାଲକାନଗିରି ବାଲିମେଳା ମୁଖ୍ୟରାସ୍ତାର ସାପ୍ତାହିକ ହାଟ ନିକଟରେ ରହିଛି। ହାଟର ଆବର୍ଜନା ମୁଖ୍ୟ ନାଳ ଦେଇ ବିଦ୍ୟାଳୟ ଭିତରକୁ ପ୍ରବେଶ କରୁଛିା ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ବାରମ୍ବାର ପୌର ପରିଷଦକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଏନେଇ ମାଲକାନଗିରି ପୌର ନିର୍ବାହୀ ଅଧିକାରୀ କେ. ଅଶୋକ ଚକ୍ରବର୍ତ୍ତୀଙ୍କୁ ପଚାରିବାରୁ ସେ କହିଲେ ଯେ, ଏସମ୍ପର୍କରେ କେହି ମୋ ଦୃଷ୍ଟିକୁ ଆଣିନାହାନ୍ତି। ମୁଁ ଖୁବ୍‌ ଶୀର୍ଘ ବିଦ୍ୟାଳୟ ପରିଦର୍ଶନ କରିପଦକ୍ଷେପ ନେବି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri