କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର ସରସ୍ବତୀ (୪୮)। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଆନ୍ଧ୍ରର ପାର୍ବତୀପୁରମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟମାନେ କହିଛନ୍ତି।

ବିଶେଷକରି ବ୍ଲକ୍‌ର ନ୍ୟୁ କଲୋନି, ମେନ୍‌ରୋଡ୍‌ ଓ ବାଉରିସାହିରେ ଡେଙ୍ଗୁର ପ୍ରଭାବ ଦେଖିବାକୁ ମିଳିଛି। ଡେଙ୍ଗୁ ଚିହ୍ନଟ ପାଇଁ ବ୍ଲକ୍‌ ଅଞ୍ଚଳରେ ସେପରି କୌଣସି ସୁବିଧା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ନ ଥିବାରୁ ଅଞ୍ଚଳବାସୀ ଆନ୍ଧ୍ର ଉପରେ ନିର୍ଭର କରୁଛନ୍ତି।

ରୋଗୀଙ୍କ ସ୍ଥିତିକୁ ନେଇ ତାଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଉଥିବା ବେଳେ ଏହା ଦୂର ହେଉଥିବାରୁ ଅନେକେ ଆନ୍ଧ୍ର ଅଭିମୁଖେ ଯାଉଛନ୍ତି। ନ୍ୟୁ କଲୋନି ନାଳ ଏବଂ କଣ୍ଡିଆ ସାହିଠାରୁ ବାଉରିସାହି ମଧ୍ୟରେ ଥିବା ନାଳ ମଇଳା ପାଣି ନିଷ୍କାସନ ହୋଇ ନ ପାରିବା ଡେଙ୍ଗୁର କାରଣ ସାଜିଛି ବୋଲି କୁହାଯାଉଛି।

ଗତ ୧୫ ଦିନ ମଧ୍ୟରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେସରକାରୀ ଭାବେ କୁହାଯାଉଛି। ପ୍ରଶାସନ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri