ଡେଙ୍ଗୁ ଆତଙ୍କ: ଜଣେ ମୃତ, ୨ ମହିଳା ଚିକିତ୍ସାଧୀନ

ରଘୁନାଥପୁର,୨୨।୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଡେଙ୍ଗୁ ବ୍ୟାପୁଛି। ଏହି ବ୍ଲକ ଅନ୍ତର୍ଗତ ପୁରୁଣାବସନ୍ତ ପଞ୍ଚାୟତର ଫତେପୁର ଗ୍ରାମର ରବୀନ୍ଦ୍ରନାଥ ରାଉତ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ସ୍ଥାନୀୟ ଏରଡଙ୍ଗା ପଞ୍ଚାୟତର ଦାସସାହିର ଦୁଇ ମହିଳା ବିଷ୍ଣୁପ୍ରିୟା ଦାସ ଓ ବିଚଣି ଦାସ ଦୀର୍ଘଦିନ ହେବ ଜ୍ୱରରେ ପୀଡିତ ହୋଇ କଟକ ବଡ ମେଡିକାଲର ଡେଙ୍ଗୁ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ଫତେପୁର ଗ୍ରାମର ଶୁକଦେବ ପ୍ରଧାନଙ୍କ ଘରେ ୩ ଜଣଙ୍କ ସମେତ ବନିତା ବେହେରାଙ୍କ ପରିବାରରୁ ସେ ଓ ତାଙ୍କ ଝିଅ ନର୍ମଦା ଦୀର୍ଘଦିନ ହେବ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଗ୍ରାମର ଟୁନିଲତା ରାଉତ, ଯଶୋଦା ବେହେରା, ବିଦୁଲତା ଦାସ ଓ ଆଦିତ୍ୟ ଦାସ ପ୍ରମୁଖ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଏହି ଗ୍ରାମର ବହୁ ପରିବାରରେ ପିଲାଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ଜ୍ୱରରେ ଆକ୍ରାନ୍ତ ଥିବାରୁ ଦିନକୁ ଦିନ ଡେଙ୍ଗୁ ଭୟ ବଢ଼ିବାରେ ଲାଗିଛି। ଅପରପକ୍ଷେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଔଷଧ ଆଣି ଖାଇଥିଲେ ବି ଜ୍ୱର ଭଲ ହେଉନାହିଁ ବୋଲି କ୍ଷେତ୍ରମୋହନ ମହାନ୍ତି, କ୍ଷୀରୋଦ ପ୍ରଧାନ, ବୈରାଗୀ ପ୍ରଧାନ ଓ ବିଜୟ ରାଉତ ପ୍ରମୁଖ କହିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ମେଡିକାଲ ଟିମ୍‌ ପହଞ୍ଚତ୍ ଆକ୍ରାନ୍ତଙ୍କ ରକ୍ତ ନମୁନା ପରୀକ୍ଷା କରି ନ ଥିବାବେଳେ କୌଣସି ସଚେତନତାମୂଳକ ପଦକ୍ଷେପ ନେଇନାହିଁ। ବିଭିନ୍ନ ନାଳ ନର୍ଦ୍ଦମାରେ ମଶାବଂଶ ବୃଦ୍ଧି ପାଉଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି ବୋଲି ସ୍ଥାନୀୟ ଲୋକେ କହିିଛନ୍ତି। ପ୍ରତି ପଞ୍ଚାୟତରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣେ ଲେଖାଏ ଏଏନ୍‌ଏମ୍‌ କର୍ମଚାରୀ ସ୍ବାସ୍ଥ୍ୟସେବାରେ ନିୟୋଜିତ ହୋଇଥିଲେ ସୁଦ୍ଧା ଜ୍ୱର ସମ୍ପର୍କରେ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଅଧିକାରୀ ସୁକାନ୍ତ ଦଳେଇ କିଛି ଜାଣି ନ ଥିବା ପ୍ରକାଶ କରିଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜ୍ୱର ବ୍ୟାପିଥିବା ଗ୍ରାମଗୁଡ଼ିକୁ ସ୍ବାସ୍ଥ୍ୟ ଟିମ୍‌ ପଠାଯିବ ବୋଲି ଦଳେଇ କହିଛନ୍ତି। ତୁରନ୍ତ ଡେଙ୍ଗୁ ନିରାକରଣ ପାଇଁ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri