ରାଜ୍ୟରେ ଡେଙ୍ଗୁ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୬ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଜ୍ୱର ହେଲେ ଲୋକଙ୍କୁ ଡେଙ୍ଗୁ ଭୟ ଘାରୁଛି। ଘରେ ଘରେ ଜ୍ୱର ବ୍ୟାପୁଥିବାବେଳେ ଡାକ୍ତରଖାନାରେ ଭିଡ଼ ଜମୁଛି। ଟିକେଟ କାଉଣ୍ଟରଠାରୁ ଆରମ୍ଭ କରି ଡାକ୍ତରଙ୍କ ଚାମ୍ବର ଓ ଟେଷ୍ଟିଂ ସେଣ୍ଟରରେ ଜ୍ୱର ରୋଗୀଙ୍କ ଲମ୍ବା ଧାଡ଼ି ଲାଗୁଛି। ସ୍ଥିତି ଏପରି ହେଉଛି ଅଧିକାଂଶ ରୋଗୀ ଏତେ ସମୟ ଅପେକ୍ଷା ନ କରି କେବଳ ମେଡିସିନ୍‌ ଧରି ଘରକୁ ଫେରୁଥିବା ଦେଖିବାକୁ ମିଳୁଛି। ପୁଣି ଯେତିକି ନମୁନା ପରୀକ୍ଷା ହେଉଛି ସେଥିରୁ ଡେଙ୍ଗୁ ପଜିଟିଭ୍‌ ହାର ମଧ୍ୟ ବଢ଼ି ଚାଲିଛି। ଏଥିରୁ ଡେଙ୍ଗୁ ମୁକାବିଲା କ୍ଷେତ୍ରରେ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ ଗ୍ରହଣ କାଟୁ କରୁ ନ ଥିବା ବାରି ହୋଇପଡୁଛି। ସ୍ଥିତି ନିୟନ୍ତ୍ରଣରେ ଥିବା ବିଭାଗ କହୁଥିବାବେଳେ ଇତିମଧ୍ୟରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାର୍‌ କରିଛି। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଖୋର୍ଦ୍ଧା ଜିଲା ଡେଙ୍ଗୁ ହଟସ୍ପଟ୍‌ ପାଲଟିଥିବାବେଳେ ଏହା ତଳକୁ ଥିବା ପୁରୀ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ବଢିବାରେ ଲାଗିଛି।
ଜନସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ, ରାଜ୍ୟର ବିଭିନ୍ନ ଜିଲାରେ ୧୪ ତାରିଖ ସୁଦ୍ଧା ୭୭,୦୦୧ ରକ୍ତ ନମୁନା ପରୀକ୍ଷଣ ହୋଇଥିବାବେଳେ ସେଥିରୁ ୬୦୬୮ ଡେଙ୍ଗୁ ପଜିଟିଭ ବାହାରିଛି। ଗତବର୍ଷ ୩ ହଜାର ୪୮୨ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଚଳିତବର୍ଷ ଏହି ସଂଖ୍ୟାରେ ୨ ଗୁଣା ବୃଦ୍ଧି ହୋଇଛି। ତେବେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୨ ହଜାର ୬୦୪ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀ ଜିଲାରେ ୬୭୨, କଟକରେ ୫୫୭, ବାଲେଶ୍ୱରରେ ୫୬୨, ଜଗତସିଂହପୁରରେ ୩୦୮ ଓ ନୟାଗଡ ଜିଲାରେ ୨୨୪ ଡେଙ୍ଗୁ ରୋଗୀ ରହିଛନ୍ତି। ୧୦ଟି ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ତଳକୁ ଥିବାବେଳେ ବୌଦ୍ଧ ଜିଲାରେ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଇତି ମଧ୍ୟରେ ପୁରୀ ଓ ବାଲେଶ୍ୱର ଜିଲାରେ କ୍ରମଶଃ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗଛି। ଅନ୍ୟପକ୍ଷରେ ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ନୟାପଲ୍ଲୀ, ଶହୀଦନଗର ଓ ଯୁନିଟ-୯ ଅଞ୍ଚଳରେ ଚିହ୍ନଟ ହୋଇଥିବାବେଳେ ଉଭୟ ବିଏମ୍‌ସି ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେପରି ଦୃଢ଼ ଓ ସଫଳ ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଅଭିଯୋଗ ହେଉଛି। ଚଳିତବର୍ଷ ଜୁନ୍‌ରୁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଡେଙ୍ଗୁ ରୋକିବା ପାଇଁ ପଦକ୍ଷେପ ନିଆଯାଉଥିବା କୁହାଯାଉଥିଲେ ମଧ୍ୟ ଆକ୍ରାନ୍ତଙ୍କ ଉପରେ ରୋକ୍‌ ଲାଗିପାରୁନାହିଁ। ସେହିପରି ପୂର୍ବରୁ ସେପ୍ଟେମ୍ବର ଯାଏ ସତର୍କତା ଜାରି କରାଯାଇଥିବାବେଳେ ଏବେ ବିଭାଗ ପକ୍ଷରୁ ଅକ୍ଟୋବର ଯାଏ ସଚେତନ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri