ରାଜଧାନୀରେ ବ୍ୟାପିଲା ଡେଙ୍ଗୁ

ଭୁବନେଶ୍ୱର, ୩ା୭ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ସଙ୍କଟ ଟଳି ନ ଥିବାବେଳେ ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି। ବର୍ଷା ଆରମ୍ଭରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଚନ୍ଦ୍ରଶେଖରପୁର ଓ ନୀଳାଦ୍ରିବିହାର ଅଞ୍ଚଳରେ ୧୨ଜଣ ରୋଗୀ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଅଯାଇଥିବାବେଳେ ସହରରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେସରକାରୀ ସୂତ୍ରରୁ ଜଣାପଡିଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଘରୋଇ ହସ୍ପିଟାଲ ଓ ଘରେ ରହି ଚିକିତ୍ସିତ ହେଉଛନ୍ତି। ଡେଙ୍ଗୁ ନିୟନ୍ତ୍ରଣ ପାଇଁ ବିଏମ୍‌ସି ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ବିଏମସିର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱରର ନର୍ଥ ଜୋନ୍‌ ପରିଦର୍ଶନ କରି ଲୋକଙ୍କୁ ସଚେତନ କରାଇଛି। ବିଏମ୍‌ସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଅନ୍ତର୍ଯ୍ୟାମୀ ମିଶ୍ର, ସିଟି ହେଲ୍‌ଥ ଅଫିସର ଡ. ବସନ୍ତ କୁମାର ମିଶ୍ର, ଜୋନାଲ ଡେପୁଟି କମିଶନର ପୁରନ୍ଦର ନନ୍ଦ, ଓ୍ବାର୍ଡ ଅଫିସର, ମେଡିକାଲ ଟିମ୍‌ ପ୍ରମୁଖ ସମ୍ପୃକ୍ତ ଅଞ୍ଚଳକୁ ଯାଇ ପରିମଳ ବ୍ୟବସ୍ଥା ତଦାରଖ କରିଛନ୍ତି। ବର୍ଷା ଦିନ ଚାଲିଥିବାରୁ ଜମା ହୋଇରହିଥିବା ଅଳିଆରେ ଏଡ଼ିସ୍‌ ମଶା ବଂଶ ବୃଦ୍ଧି କରିବା ସହ ଡ଼େଙ୍ଗୁ ରୋଗର ବାହାକ ହୋଇପାରେ। ଏଣୁ ନିଜ ସ୍ତରରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ବିଏମ୍‌ସି ଅଧିକାରୀମାନେ ପରାମର୍ଶ ଦେଇଛନ୍ତି। ସେହିପରି ସହରରେ ଜମା ହୋଇ ରହୁଥିବା ପାଣି ଓ ଅଳିଆ ଆବର୍ଜନାର ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯିବା ସହ ସଚେତନତା କାର୍ଯ୍ୟକ୍ରମ ଜାରି ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri