ରାଜଧାନୀରେ ବ୍ୟାପିଲା ଡେଙ୍ଗୁ

ଭୁବନେଶ୍ୱର, ୩ା୭ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ସଙ୍କଟ ଟଳି ନ ଥିବାବେଳେ ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି। ବର୍ଷା ଆରମ୍ଭରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଚନ୍ଦ୍ରଶେଖରପୁର ଓ ନୀଳାଦ୍ରିବିହାର ଅଞ୍ଚଳରେ ୧୨ଜଣ ରୋଗୀ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଅଯାଇଥିବାବେଳେ ସହରରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଲୋକ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେସରକାରୀ ସୂତ୍ରରୁ ଜଣାପଡିଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଘରୋଇ ହସ୍ପିଟାଲ ଓ ଘରେ ରହି ଚିକିତ୍ସିତ ହେଉଛନ୍ତି। ଡେଙ୍ଗୁ ନିୟନ୍ତ୍ରଣ ପାଇଁ ବିଏମ୍‌ସି ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ବିଏମସିର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱରର ନର୍ଥ ଜୋନ୍‌ ପରିଦର୍ଶନ କରି ଲୋକଙ୍କୁ ସଚେତନ କରାଇଛି। ବିଏମ୍‌ସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଅନ୍ତର୍ଯ୍ୟାମୀ ମିଶ୍ର, ସିଟି ହେଲ୍‌ଥ ଅଫିସର ଡ. ବସନ୍ତ କୁମାର ମିଶ୍ର, ଜୋନାଲ ଡେପୁଟି କମିଶନର ପୁରନ୍ଦର ନନ୍ଦ, ଓ୍ବାର୍ଡ ଅଫିସର, ମେଡିକାଲ ଟିମ୍‌ ପ୍ରମୁଖ ସମ୍ପୃକ୍ତ ଅଞ୍ଚଳକୁ ଯାଇ ପରିମଳ ବ୍ୟବସ୍ଥା ତଦାରଖ କରିଛନ୍ତି। ବର୍ଷା ଦିନ ଚାଲିଥିବାରୁ ଜମା ହୋଇରହିଥିବା ଅଳିଆରେ ଏଡ଼ିସ୍‌ ମଶା ବଂଶ ବୃଦ୍ଧି କରିବା ସହ ଡ଼େଙ୍ଗୁ ରୋଗର ବାହାକ ହୋଇପାରେ। ଏଣୁ ନିଜ ସ୍ତରରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ବିଏମ୍‌ସି ଅଧିକାରୀମାନେ ପରାମର୍ଶ ଦେଇଛନ୍ତି। ସେହିପରି ସହରରେ ଜମା ହୋଇ ରହୁଥିବା ପାଣି ଓ ଅଳିଆ ଆବର୍ଜନାର ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯିବା ସହ ସଚେତନତା କାର୍ଯ୍ୟକ୍ରମ ଜାରି ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri