ବାଂଲାଦେଶରେ ଡେଙ୍ଗୁ ଆତଙ୍କ: ଗତ ୨୪ ଘଣ୍ଟାରେ ୧୦ ମୃତ…

ଢାକା,୨।୮ : ବାଂଲାଦେଶରେ ଡେଙ୍ଗୁ ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ସାରା ଦେଶରେ ଆହୁରି ଦଶ ଜଣ ଡେଙ୍ଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି, ଯାହା ଫଳରେ ଚଳିତ ବର୍ଷ ମୋଟ ମୃତ୍ୟୁ ସଂଖ୍ୟା ୨୬୧ରେ ପହଞ୍ଚିଛି।

ବାଂଲାଦେଶର ସ୍ଥାନୀୟ ଖବରକାଗଜ ଢାକା ଟ୍ରିବ୍ୟୁନ ଅନୁଯାୟୀ, ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (ଡିଜିଏଚଏସ) ରିପୋର୍ଟ କରିଛି ଏହି ସମୟ ମଧ୍ୟରେ ଭାଇରାଲ ଜ୍ୱରରେ ପୀଡିତ ୨୫୮୪ ରୋଗୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଡିଜିଏଚଏସ କହିଛି ନୂତନ ରୋଗୀଙ୍କ ମଧ୍ୟରୁ ୧୧୩୧ ଜଣଙ୍କୁ ଢାକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଅନ୍ୟମାନଙ୍କୁ ବାଂଲାଦେଶର ରାଜଧାନୀ ବାହାରେ ଥିବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ୯୨୬୪ ଡେଙ୍ଗୁ ଆକ୍ରାନ୍ତ ବାଂଲାଦେଶର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେଥିମଧ୍ୟରୁ ୪୮୬୯ ଡେଙ୍ଗୁ ଢାକା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (ଡିଜିଏଚଏସ) ଏପର୍ଯ୍ୟନ୍ତ ୫୪,୪୧୬ ଡେଙ୍ଗୁ ଆକ୍ରାନ୍ତଙ୍କୁ ପଞ୍ଜିକୃତ କରିଛି ଏବଂ ଚଳିତ ବର୍ଷ ୪୪,୮୯୧ ଜଣ ଲୋକ ସୁସ୍ଥ ହୋଇଛନ୍ତି।

ସମଗ୍ର ଦେଶରେ ଡେଙ୍ଗୁ ରୋଗ ବୃଦ୍ଧି ପାଉଥିବା ବେଳେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଡେଙ୍ଗୁକୁ ରୋକିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆୱାମୀ ଲିଗ ସାଧାରଣ ସମ୍ପାଦକ ଓବାଇଡୁଲ କାଦିର ଏହି ନିର୍ଦ୍ଦେଶନାମା କାର୍ଯ୍ୟକାରୀ କରିବାକୁ ପାର୍ଟି କର୍ମଚାରୀଙ୍କ ସମେତ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (ଡିଜିଏଚଏସ) କହିଛି ଜୁଲାଇରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଜୁନ ତୁଳନାରେ ସାତ ଗୁଣ ଅଧିକ। ଜୁନ ମାସରେ ଡେଙ୍ଗୁ ରୋଗୀଙ୍କ ମୋଟ ସଂଖ୍ୟା ୫,୦୭୫, ଯାହା ଜୁଲାଇ ୩୦ ପର୍ଯ୍ୟନ୍ତ ୩୮,୪୨୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri