ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା ବଢ଼ାଇଛି। ପରିବାରର ଜଣେ ସଂକ୍ରମିତ ହେବା ପରେ ପଛକୁ ପଛ ଅନ୍ୟମାନେ ଜ୍ୱରରେ ପଡୁଛନ୍ତି। ବିଶେଷକରି ଶୈଳଶ୍ରୀ ବିହାର, ନୀଳାଦ୍ରିବିହାର, କଳ୍ପନା, ଚିନ୍ତାମଣିଶ୍ୱର, ୟୁନିଟ-୨ ଅଞ୍ଚଳ ଏବେ ଡେଙ୍ଗୁର ହଟ୍‌ସ୍ପଟ ପାଲଟିଥିବାବେଳେ ଅନ୍ୟସବୁ ଅଞ୍ଚଳରେ ମଧ୍ୟ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ୨୩ ତାରିଖ ଶୁକ୍ରବାର ସୁଦ୍ଧା ସହରର ଡେଙ୍ଗୁ ରୋଗୀ ସଂଖ୍ୟା ୨୯୧ ଥିଲା। ରବିବାର ଏହି ସଂଖ୍ୟା ୩୫୯ରେ ପହଞ୍ଚତ୍ଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ବାସ୍ତବ ସଂଖ୍ୟା ଏହାଠାରୁ ଢେର୍‌ ଅଧିକ। ଏବେ ବି ବହୁ ଡେଙ୍ଗୁ ରୋଗୀ ଘରେ ଓ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ଏହାର ହିସାବ ବିଏମ୍‌ସି ପାଖରେ ନାହିଁ। ତେବେ ସହରରେ ଏପରିସ୍ଥିତି ନେଇ ଲୋକେ ବିଏମ୍‌ସିକୁ ଦାୟୀ କରି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମଶା ତେଲ ସିଞ୍ଚନ, ଗଛ କାଟିବା, ପରିବେଶ ସଫାସୁତୁରା ରଖିବା ଆଦି କାର୍ଯ୍ୟ କରାଯାଉଛି। ସ୍ଥିତି ତଦାରଖ ସହ ସଚେତନତା ଓ ନିରାକରଣ ପାଇଁ ସ୍ବତନ୍ତ୍ର ଟିମ୍‌ ନିୟୋଜିତ ହୋଇଛନ୍ତି। ରବିବାର ୧୦୯୩ ମଶା ଉତ୍ପତ୍ତିସ୍ଥଳ ନଷ୍ଟ କରାଯାଇଥିବାବେଳେ ୪୬୪ ଜାଗାରୁ ଲାର୍ଭା ମିଳିଛି। ୪ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ପହଞ୍ଚତ୍ ସେମାନଙ୍କୁ ସଚେତନ କରିବା ସହ ବୁକ୍‌ଲେଟ୍‌ ବଣ୍ଟନ କରାଯାଇଛି। ଆଗକୁ ମଧ୍ୟ ଏପରି କାର୍ଯ୍ୟ ଜାରି ରହିବ ବୋଲି ବିଏମ୍‌ସି କହିଛି। ମାତ୍ର ଡେଙ୍ଗୁ ବ୍ୟାପିବା ପୂର୍ବରୁ ଏହାକୁ ଗୁରୁତ୍ୱ ଦିଆଯାଉ ନ ଥିବାରୁ ସ୍ଥିତି ବିଗିଡି ଯାଉଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ ଆଣୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri