Posted inଜାତୀୟ

ସିପିଆର୍‌କୁ ବିଦେଶୀ ପାଣ୍ଠି ମନା

ନୂଆଦିଲ୍ଲୀ,୨ା୩ :ଜଣାଶୁଣା ପବ୍ଲିକ୍‌ ଥିଙ୍କ୍‌ଟ୍ୟାଙ୍କ୍‌ ସେଣ୍ଟର୍‌ ଫର୍‌ ପଲିସି ରିସର୍ଚ୍ଚ (ସିପିଆର୍‌)ର ଫରେନ୍‌ କଣ୍ଟ୍ରିବ୍ୟୁଶନ୍‌ ରେଗୁଲେଶନ୍‌ ଆକ୍ଟ (ଏଫ୍‌ସିଆର୍‌ଏ) ଲାଇସେନ୍ସକୁ ବୁଧବାର କେନ୍ଦ୍ର ସରକାର ରଦ୍ଦ କରିଦେଇଛନ୍ତି। ଆୟକର ଆଇନ ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ଏଣିକି ସିପିଆର୍‌ କୌଣସି ବିଦେଶୀ ପାଣ୍ଠି ଗ୍ରହଣ କରିପାରିବ ନାହିଁ।

ଆଣ୍ଡ ଟେକ୍ନୋଲୋଜି ବିଭାଗ ଦ୍ୱାରା ସ୍ବୀକୃତିପ୍ରାପ୍ତ ଅଣଲାଭକାରୀ ସଂସ୍ଥା ସିପିଆର୍‌ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଫର୍‌ ସୋସିଆଲ ସାଇନ୍ସ ଆଣ୍ଡ ରିସର୍ଚ୍ଚଠାରୁ ଅନୁଦାନ ଲାଭ କରିଥାଏ। ଏହାର ଦାତାଙ୍କ ମଧ୍ୟରେ ଅଛନ୍ତି ବିଲ୍‌ ଆଣ୍ଡ୍‌ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ, ପେନ୍‌ସିଲଭାନିଆ ୟୁନିଭର୍ସିଟି, ଓ୍ବାଲର୍‌ଡ ରିସୋର୍ସେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଏବଂ ଡ୍ୟୁକ୍‌ ୟୁନିଭର୍ସିଟି। ଏହି କାର୍ଯ୍ୟାନୁଷ୍ଠାନ ପରେ ସିପିଆର୍‌ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି ଯେ, ଗତବର୍ଷ ସେପ୍ଟେମ୍ବରରେ ଥିଙ୍କ୍‌ଟ୍ୟାଙ୍କ୍‌ ଅଫିସଗୁଡ଼ିକରେ ଆଇଟି ବିଭାଗ ଚଢ଼ାଉ କରିଥିଲା। ପରବର୍ତ୍ତୀ ସମୟରେ ବିଭାଗ ପକ୍ଷରୁ ଅନେକ ନୋଟିସ୍‌ ଜାରି ହୋଇଥିଲା।

ଆୟକର ବିଭାଗରେ ଆବଶ୍ୟକ ଦସ୍ତାବିଜ ଦାଖଲ କରାଯାଇଛି। ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଆମେ ଉପଲବ୍ଧ ସମସ୍ତ ବିକଳ୍ପ ଉପରେ ବିଚାର କରୁଛୁ। ତୁରନ୍ତ ଏହାର ସମାଧାନ ହୋଇଯିବ ବୋଲି ସିପିଆର୍‌ ଆଶାବାଦୀ ଥିବା ଏଥିରେ କୁହାଯାଇଛି। ଅନ୍ୟପକ୍ଷେ ୨୦୨୧ରୁ ଲାଇସେନ୍ସ ନବୀକରଣ କରି ନ ଥିବା ସିପିଆର୍‌୍‌କୁ କେନ୍ଦ୍ର ସରକାର ଏଫ୍‌ସିଆର୍‌ଏ ପାଣ୍ଠି ଗ୍ରହଣ ସମ୍ପର୍କିତ ଦସ୍ତାବିଜ ମାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri