Posted inଜାତୀୟ

ସିପିଆର୍‌କୁ ବିଦେଶୀ ପାଣ୍ଠି ମନା

ନୂଆଦିଲ୍ଲୀ,୨ା୩ :ଜଣାଶୁଣା ପବ୍ଲିକ୍‌ ଥିଙ୍କ୍‌ଟ୍ୟାଙ୍କ୍‌ ସେଣ୍ଟର୍‌ ଫର୍‌ ପଲିସି ରିସର୍ଚ୍ଚ (ସିପିଆର୍‌)ର ଫରେନ୍‌ କଣ୍ଟ୍ରିବ୍ୟୁଶନ୍‌ ରେଗୁଲେଶନ୍‌ ଆକ୍ଟ (ଏଫ୍‌ସିଆର୍‌ଏ) ଲାଇସେନ୍ସକୁ ବୁଧବାର କେନ୍ଦ୍ର ସରକାର ରଦ୍ଦ କରିଦେଇଛନ୍ତି। ଆୟକର ଆଇନ ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ଏଣିକି ସିପିଆର୍‌ କୌଣସି ବିଦେଶୀ ପାଣ୍ଠି ଗ୍ରହଣ କରିପାରିବ ନାହିଁ।

ଆଣ୍ଡ ଟେକ୍ନୋଲୋଜି ବିଭାଗ ଦ୍ୱାରା ସ୍ବୀକୃତିପ୍ରାପ୍ତ ଅଣଲାଭକାରୀ ସଂସ୍ଥା ସିପିଆର୍‌ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଫର୍‌ ସୋସିଆଲ ସାଇନ୍ସ ଆଣ୍ଡ ରିସର୍ଚ୍ଚଠାରୁ ଅନୁଦାନ ଲାଭ କରିଥାଏ। ଏହାର ଦାତାଙ୍କ ମଧ୍ୟରେ ଅଛନ୍ତି ବିଲ୍‌ ଆଣ୍ଡ୍‌ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ, ପେନ୍‌ସିଲଭାନିଆ ୟୁନିଭର୍ସିଟି, ଓ୍ବାଲର୍‌ଡ ରିସୋର୍ସେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଏବଂ ଡ୍ୟୁକ୍‌ ୟୁନିଭର୍ସିଟି। ଏହି କାର୍ଯ୍ୟାନୁଷ୍ଠାନ ପରେ ସିପିଆର୍‌ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି ଯେ, ଗତବର୍ଷ ସେପ୍ଟେମ୍ବରରେ ଥିଙ୍କ୍‌ଟ୍ୟାଙ୍କ୍‌ ଅଫିସଗୁଡ଼ିକରେ ଆଇଟି ବିଭାଗ ଚଢ଼ାଉ କରିଥିଲା। ପରବର୍ତ୍ତୀ ସମୟରେ ବିଭାଗ ପକ୍ଷରୁ ଅନେକ ନୋଟିସ୍‌ ଜାରି ହୋଇଥିଲା।

ଆୟକର ବିଭାଗରେ ଆବଶ୍ୟକ ଦସ୍ତାବିଜ ଦାଖଲ କରାଯାଇଛି। ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଆମେ ଉପଲବ୍ଧ ସମସ୍ତ ବିକଳ୍ପ ଉପରେ ବିଚାର କରୁଛୁ। ତୁରନ୍ତ ଏହାର ସମାଧାନ ହୋଇଯିବ ବୋଲି ସିପିଆର୍‌ ଆଶାବାଦୀ ଥିବା ଏଥିରେ କୁହାଯାଇଛି। ଅନ୍ୟପକ୍ଷେ ୨୦୨୧ରୁ ଲାଇସେନ୍ସ ନବୀକରଣ କରି ନ ଥିବା ସିପିଆର୍‌୍‌କୁ କେନ୍ଦ୍ର ସରକାର ଏଫ୍‌ସିଆର୍‌ଏ ପାଣ୍ଠି ଗ୍ରହଣ ସମ୍ପର୍କିତ ଦସ୍ତାବିଜ ମାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri