Posted inଜାତୀୟ

ପାଲାନି ମନ୍ଦିର ଧ୍ୱଜସ୍ତମ୍ଭ ସମ୍ମୁଖଦେଇ ଅଣ-ହିନ୍ଦୁଙ୍କ ପ୍ରବେଶ ମନା: ହାଇକୋର୍ଟଙ୍କ ରାୟ…

ଚେନ୍ନାଇ,୩୧।୧ : ତାମିଲନାଡୁର ପାଲାନି ମନ୍ଦିର ମାମଲାରେ ମାଡ୍ରାସ ହାଇକୋର୍ଟ କହିଛନ୍ତି ଅଣ-ହିନ୍ଦୁମାନଙ୍କୁ ଧ୍ୱଜସ୍ତମ୍ଭ ସମ୍ମୁଖରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇପାରିବ ନାହିଁ। ଏନେଇ ମନ୍ଦିରର ପ୍ରବେଶ ଦ୍ୱାରରେ ଏକ ବୋର୍ଡ ଲଗାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ସହିତ କୋର୍ଟ ମନ୍ଦିର ସହ ଜଡିତ ଅଧିକାରୀମାନଙ୍କୁ ମଧ୍ୟ ଏ ସମ୍ପର୍କିତ ନିର୍ଦ୍ଦେଶ ଦେଇଛନ୍ତି। ରୀତିନୀତି ଏବଂ ପ୍ରଥା ଅନୁଯାୟୀ ମନ୍ଦିରର ରକ୍ଷଣାବେକ୍ଷଣ କରାଯିବା ଉଚିତ ବୋଲି କୋର୍ଟ କହିଛନ୍ତି। ହାଇକୋର୍ଟ କହିଛନ୍ତି ମନ୍ଦିରଗୁଡିକ ସମ୍ବିଧାନର ଧାରା ୧୫ ଅନୁଯାୟୀ ଆସେ ନାହିଁ। ଏଭଳି ପରିସ୍ଥିତିରେ ଅଣ-ହିନ୍ଦୁମାନଙ୍କ ପ୍ରବେଶ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ଅନ୍ୟାୟ ବୋଲି ବିବେଚନା କରାଯାଇପାରିବ ନାହିଁ।

କୋର୍ଟ କହିଛନ୍ତି ମନ୍ଦିରର ପ୍ରବେଶ ପଥରେ ଥିବା ଧ୍ୱଜସ୍ତମ୍ଭ ନିକଟରେ ଏକ ବୋର୍ଡ ଲଗାଯିବା ଉଚିତ ଯେ ’ଅଣ-ହିନ୍ଦୁମାନଙ୍କୁ ଏହାର ସମ୍ମୁଖ ଦେଇ ପ୍ରବେଶ କରିବାକୁ ଅନୁମତି ନାହିଁ’। ତାମିଲନାଡୁ ହାଇକୋର୍ଟର ମଦୁରାଇ ବେଞ୍ଚରେ ଜଷ୍ଟିସ ଏସ ଶ୍ରୀମତି ଏହି ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ମନ୍ଦିର ପିକନିକ ସ୍ଥାନ ନୁହେଁ ଯେଉଁଠାକୁ ବାହାର ଲୋକ କିମ୍ବା ଅନ୍ୟ ଧର୍ମର ଲୋକମାନେ ଯାଇପାରିବେ। ଏହି ଆଦେଶ ପୂର୍ବରୁ ମନ୍ଦିର ସ୍ଥିତି ବଜାୟ ରଖିବାକୁ ଦିଆଯାଇଥିଲା। ମନ୍ଦିର ଉତ୍ସବ ସମୟରେ ହଟାଯାଇଥିବା ଡିସପ୍ଲେ ବୋର୍ଡଗୁଡ଼ିକୁ ପୁନଃ ସ୍ଥାପନ କରିବାକୁ କୋର୍ଟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପାଲାନିର ସେନ୍ଥିଲକୁମାର କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ମନ୍ଦିରର ନୋଟିସ ବୋର୍ଡ ହଟାଇବାକୁ ବିରୋଧ କରାଯାଇଥିଲା। ବୋର୍ଡରେ ଲେଖାଯାଇଥିବା ବାର୍ତ୍ତାରେ ଅଣ-ହିନ୍ଦୁମାନଙ୍କୁ ମନ୍ଦିର ଭିତରକୁ ଯିବାକୁ ବାରଣ କରାଯାଇଥିବା ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା। ସେ ନୋଟିସ ବୋର୍ଡ ପୁନଃସ୍ଥାପିତ କରିବାକୁ ନିର୍ଦ୍ଦେଶ ମାଗିଥିଲେ। ଶୁଣାଣି ପରେ ଜଷ୍ଟିସ ଶ୍ରୀମତିଙ୍କ ଏକକ ଜଜ ବେଞ୍ଚ ଏହାକୁ ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଅଣ-ହିନ୍ଦୁ ତଥା ମନ୍ଦିର ପରିସରରେ ହିନ୍ଦୁ ବିଶ୍ୱାସକୁ ଅନୁସରଣ କରୁ ନ ଥିବା ଲୋକଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ପ୍ରତିବନ୍ଧକ କେବଳ ଧ୍ୱଜସ୍ତମ୍ଭ ପର୍ଯ୍ୟନ୍ତ ପ୍ରଯୁଜ୍ୟ। ସୂଚନାଯୋଗ୍ୟ ଅଣ-ହିନ୍ଦୁମାନଙ୍କୁ ଦର୍ଶନ କରିବା ପୂର୍ବରୁ ପଞ୍ଜିକରଣ କରିବାକୁ ପଡିବ। ମନ୍ଦିର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିବା ପରେ ମନ୍ଦିରରେ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri