୯ ଜିଲାକୁ ଘନ କୁହୁଡ଼ି ସତର୍କତା

ଭୁବନେଶ୍ୱର, ୧୬।୧(ବ୍ୟୁରୋ):ରାଜ୍ୟରେ ଏବେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ସକାଳ ପ୍ରାୟ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯାଇଥିଲା। ଆସନ୍ତା ଦୁଇଦିନ ଏପରି କୁହୁଡ଼ି ଅନୁଭୂତ ହେବ। ତେବେ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୯ଟି ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ। ଏସବୁ ଜିଲାକୁ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଏହାଛଡ଼ା ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳର କିଛି ସ୍ଥାନରେ ସ୍ବଳ୍ପ କୁହୁଡ଼ି ଦେଖାଯିବ। ସେହିପରି ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଗଜପତି, ଗଞ୍ଜାମର କିଛି ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଅପରପକ୍ଷେ ପାରଦ ଧୀରେ ଧୀରେ ଉପରକୁ ଉଠିବାରେ ଲାଗିଛି। ରବିବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଅନ୍ୟ ସ୍ଥାନରେ ୧୧ଡିଗ୍ରୀ ଉପରେ ରହିଥିଲା। ଆସନ୍ତା ୪-୫ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଏପରିସ୍ଥିତିରେ ଆସନ୍ତା ୧୭ ତାରିଖରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri