ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ୭ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ଦାରିଙ୍ଗବାଡିରେ ୯.୫ ଡିଗ୍ରୀ, ସୁନ୍ଦରଗଡରେ ୯.୭ ଡିଗ୍ରୀ ଓ ସୋନପୁରରେ ୧୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।

ଅନ୍ୟପକ୍ଷେ ଅନୁଗୋଳ, କନ୍ଧମାଳ ଏବଂ ଢ଼େଙ୍କାନାଳରେ ଶୁକ୍ରବାର ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ୍‌ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏନେଇ ସତର୍କ ରହିବାକୁ ପାଣିପାଗ ବିଜ୍ଞାନ ପକ୍ଷରୁ ପରାମର୍ଷ ଦିଆଯାଇଛି।

ଭୁବନେଶ୍ୱରରେ ୨ଦିନରେ ତାପମାତ୍ରା ୪.୮ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଡିସେମ୍ବର ୩୦ରେ ତାପମାତ୍ରା ୧୯.୪ ଡିଗ୍ରୀ ରହିଥିବା ବେଳେ ଗୁରୁବାର ୧୪.୬ ଡିଗ୍ରୀ ସେଲସିୟସ୍‌କୁ ଖସି ଆସିଥିଲା। ହେଲେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri