Posted inଜାତୀୟ

ଆଉ ଦୁଇ ଦିନ ଦିଲ୍ଳୀ, ପଞ୍ଜାବ, ହରିଆଣାରେ ପ୍ରବଳ ଶୀତ ସହ ରହିବ ଘନକୁହୁଡି

ନୂଆଦିଲ୍ଲୀ,୧୯।୧: ଡିସେମ୍ବର ୨୯ ତାରିଖରୁ ଦେଶରେ ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୮ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି। ଫଳରେ ଉତ୍ତର ଭାରତ ସମେତ ଅଧିକାଂଶ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ସହ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଏନେଇ ରାଜଧାନୀ ଦିଲ୍ଲୀରେ ରେଳ ଏବଂ ବିମାନ ଚଳାଚଳ ବ୍ୟାହତ ହୋଇଛି।

ଭାରତ ପାଣିପାଗ ବିଭାଗର(ଆଇଏମ୍‌ଡି) ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ ଦିନ ଅର୍ଥାତ ଜାନୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ରାଜସ୍ଥାନ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ତାପମାତ୍ରାରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏପରିକି ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ କିଛି ଦିନ ହେଲା କୁହୁଡ଼ି ଯୋଗୁ ସଡକ, ରେଳ ଏବଂ ବିମାନ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇଛି। ଶୁକ୍ରବାର ଦେଶର ବିଭିନ୍ନ ପ୍ରାନ୍ତରୁ ଅତି କମରେ ୨୨ଟି ଟ୍ରେନ ବିଳମ୍ବରେ ଚାଲୁଛି। କୁହୁଡ଼ି ହେତୁ ଦୃଶ୍ୟମାନ କମ୍‌ ଥିବାରୁ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ (ଆଇଜି) ବିମାନବନ୍ଦରରେ ଅନେକ ବିମାନ ଚଳାଚଳ ବିଳମ୍ବ ହୋଇଛି।

ପାଣିପାଗ ବିଭାଗ ଅନୁଯାୟୀ, ହରିଆଣା-ଚଣ୍ଡିଗଡ଼ର କିଛି ଅଂଶରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରି ସେଲସିୟସ ରହିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ବିହାରର ଅଧିକାଂଶ ସ୍ଥାନଦରେ ୭-୧୦ ଡିଗ୍ରୀ ସେଲସିୟସ ରହିଛି।

ଘନ କୁହୁଡ଼ିରୁ ଘନ କୁହୁଡ଼ି ଏବଂ ଶୀତ ଦିନରୁ ପ୍ରବଳ ଥଣ୍ଡା ଦିନର ଅବସ୍ଥା ଆସନ୍ତା ୨ ଦିନ (ଜାନୁଆରି ୨୧) ମଧ୍ୟରେ ଉତ୍ତର ଭାରତରେ ବିସ୍ତାର ହୋଇପାରେ ଏବଂ ତା’ପରେ ତୀବ୍ରତା ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri