Posted inଜାତୀୟ

ଆଉ ଦୁଇ ଦିନ ଦିଲ୍ଳୀ, ପଞ୍ଜାବ, ହରିଆଣାରେ ପ୍ରବଳ ଶୀତ ସହ ରହିବ ଘନକୁହୁଡି

ନୂଆଦିଲ୍ଲୀ,୧୯।୧: ଡିସେମ୍ବର ୨୯ ତାରିଖରୁ ଦେଶରେ ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୮ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି। ଫଳରେ ଉତ୍ତର ଭାରତ ସମେତ ଅଧିକାଂଶ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ସହ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଏନେଇ ରାଜଧାନୀ ଦିଲ୍ଲୀରେ ରେଳ ଏବଂ ବିମାନ ଚଳାଚଳ ବ୍ୟାହତ ହୋଇଛି।

ଭାରତ ପାଣିପାଗ ବିଭାଗର(ଆଇଏମ୍‌ଡି) ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ ଦିନ ଅର୍ଥାତ ଜାନୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ରାଜସ୍ଥାନ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ତାପମାତ୍ରାରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏପରିକି ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ କିଛି ଦିନ ହେଲା କୁହୁଡ଼ି ଯୋଗୁ ସଡକ, ରେଳ ଏବଂ ବିମାନ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇଛି। ଶୁକ୍ରବାର ଦେଶର ବିଭିନ୍ନ ପ୍ରାନ୍ତରୁ ଅତି କମରେ ୨୨ଟି ଟ୍ରେନ ବିଳମ୍ବରେ ଚାଲୁଛି। କୁହୁଡ଼ି ହେତୁ ଦୃଶ୍ୟମାନ କମ୍‌ ଥିବାରୁ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ (ଆଇଜି) ବିମାନବନ୍ଦରରେ ଅନେକ ବିମାନ ଚଳାଚଳ ବିଳମ୍ବ ହୋଇଛି।

ପାଣିପାଗ ବିଭାଗ ଅନୁଯାୟୀ, ହରିଆଣା-ଚଣ୍ଡିଗଡ଼ର କିଛି ଅଂଶରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରି ସେଲସିୟସ ରହିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ବିହାରର ଅଧିକାଂଶ ସ୍ଥାନଦରେ ୭-୧୦ ଡିଗ୍ରୀ ସେଲସିୟସ ରହିଛି।

ଘନ କୁହୁଡ଼ିରୁ ଘନ କୁହୁଡ଼ି ଏବଂ ଶୀତ ଦିନରୁ ପ୍ରବଳ ଥଣ୍ଡା ଦିନର ଅବସ୍ଥା ଆସନ୍ତା ୨ ଦିନ (ଜାନୁଆରି ୨୧) ମଧ୍ୟରେ ଉତ୍ତର ଭାରତରେ ବିସ୍ତାର ହୋଇପାରେ ଏବଂ ତା’ପରେ ତୀବ୍ରତା ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

୧୦,୦୦୦ ଟଙ୍କା ହେଉ କି ୧ ଲକ୍ଷ ଟଙ୍କା ଦିଅ, ଜଣେ ମୁସଲିମ ଭୋଟର ମୋତେ କେବେ ବାଛିବେ ନାହିଁ: ହିମନ୍ତ ଶର୍ମା

ନୂଆଦିଲ୍ଲୀ,୧୨ା୧୨: ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଦୃଢ଼ତାର ସହ କହିଛନ୍ତି ଯେ ରାଜ୍ୟରେ ସରକାରୀ ଯୋଜନା କିମ୍ବା ଆର୍ଥିକ ପ୍ରୋତ୍ସାହନ ଅପେକ୍ଷା ବିଚାରଧାରା ଭୋଟ୍...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri