୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ରାଜ୍ୟର ୮ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ସେମିଳିଗୁଡା ୫.୧, ଫୁଲବାଣୀ ୫.୮, ଦାରିଙ୍ଗବାଡି ୬, ଚିପିଲିମା ୭.୬, ନବରଙ୍ଗପୁର, ଭବାନୀପାଟଣା ଏବଂ ଅନୁଗୋଳରେ ୯ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିପରି ରାଉରକେଲାରେ ଘନ କୁହୁଡି ଏବଂ ଝାରସୁଗୁଡା, ଫୁଲବାଣୀ, ଭବାନୀପାଟଣା ଓ ବାରିପଦାରେ କୁହୁଡି ଦେଖାଦେଇଥିଲା। ତେବେ ଆସନ୍ତା ୬ରୁ ୭ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆସନ୍ତା ୨ଦିନ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡା ଓ କନ୍ଧମାଳ ଜିଲାରେ ଘନ କୁହୁଡି ଦେଖାଦେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଘନ କୁହୁଡ଼ି ସମୟରେ ଦୃଶ୍ୟମାନ କ୍ଷମତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ ବୋଲି ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri